Masthead

ଓଡ଼ିଶା ପରିବର୍ତ୍ତନ ପାଇଁ ଏରସମାରେ ବିଜୟ ଉତ୍ସବ

ଏରସମା (ବଡ଼ ଖବର ବ୍ୟୁରୋ): ଚଳିତ ନିର୍ବଚନରେ ଭାରତୀୟ ଜନତା ପାର୍ଟି ସରକାର ଗଢ଼ିବାକୁ ଯାଉଛି । ଆସନ୍ତା ୧୦ ତାରିଖରେ ଭାରତୀୟ ଜନତା ପାର୍ଟି ସରକାର ଗଢ଼ିବାକୁ ଦୃଷ୍ଟିରେ ରଖି ଆଜି ବାଲିକୁଦା ଏରସମା ନିର୍ବାଚନମଣ୍ଡଳିର ଏରସମା ସ୍ଥିତ ଭାରତୀୟ ଜନତା ପାର୍ଟି ଅଫିସ ସମ୍ମୁଖରେ ସତ୍ୟ ସାରଥୀ ମହାନ୍ତିଙ୍କ ନେତୃତ୍ଵରେ ଏକ ବିଜୟ ଉତ୍ସବ ସଭା ଅନୁଷ୍ଠିତ ହୋଇଯାଇଛି ।

ଏହି ବିଜୟ ଉତ୍ସବରେ ସତ୍ୟ ସାରଥୀ ମହାନ୍ତି ଭାରତୀୟ ଜନତା ପାର୍ଟିର କର୍ମୀମାନଙ୍କୁ ତଥା ଜନସାଧାରଣମାନଙ୍କୁ ମିଠା ବାଣ୍ଟି ବିଜୟ ଉତ୍ସବ ମନେଇଥିଲେ । ଶ୍ରୀ ମହାନ୍ତି ଭାରତୀୟ ଜନତା ପାର୍ଟିରେ ବିଧାୟକ ପ୍ରାର୍ଥୀ ଭାବେ ଲଢ଼ି ପରାଜୟ ହୋଇଥିଲେ ମଧ୍ୟ ଓଡ଼ିଶା ପରିବର୍ତ୍ତନକୁ ନେଇ ବେଶ୍ ଖୁସି ଥିବା କହିଛନ୍ତି । ସେହିପରି ଆଗାମୀ ଦିନରେ ତ୍ରୁଟି ସୁଧାରିବାକୁ ପଞ୍ଚାୟତ ଅଭିଯାନ ଆରମ୍ଭ କରିବେ ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ