Masthead

ମତଦାନ ବେଳେ ଇଭିଏମରେ ତ୍ରୁଟି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦେଶରେ ଲୋକସଭା ନିର୍ବାଚନର ୫ମ ପର୍ଯ୍ୟାୟ ଆରମ୍ଭ ହୋଇଥିବା ବେଳେ ଓଡ଼ିଶାରେ ଆଜି ଦ୍ୱିତୀୟ ପର୍ଯ୍ୟାୟରେ ମତଦାନ ଜାରି ରହିଛି । ଆଜି ଓଡ଼ିଶାର ୫ ଲୋକସଭା ଏବଂ ୩୫ ବିଧାନସଭା ଆସନ ପାଇଁ ମତଦାନ ଜାରି ରହିଛି । ତେବେ ଏହାରି ମଧ୍ୟରେ କେତେକ ମତଦାନ କେନ୍ଦ୍ରରେ ଇଭିଏମ୍ ମେସିନରେ ତ୍ରୁଟି ଦେଖିବାକୁ ମିଳିଛି । ଏ ନେଇ ଭୋଟରମାନଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି ।

ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ କ୍ଷେତ୍ର କଣ୍ଟାବାଂଜିର ସଖୀ ବୁଥ୍ ନମ୍ବର ୫୩ , ବୀରମହାରାଜପୁରର ୨୧୭ ନମ୍ବର ବୁଥ୍, ବଲାଙ୍ଗୀରର ୧୫୩ ନମ୍ବର ବୁଥରେ ଇଭିଏମ୍ ମେସିନରେ ସମସ୍ୟା ଯୋଗୁଁ ମତଦାନରେ ବିଳମ୍ବ ହୋଇଥିଲା । ଅନ୍ୟପଟେ ସାନଖେମୁଣ୍ଡିର ବୁଥ୍ ନମ୍ବର ୪୫୭ ଓ ୪୮ରେ ମଧ୍ୟ ଏଭଳି ସମସ୍ୟା ଦେଖାଯାଇଥିଲା ।ଏହାସହ ମତଦାନ ସମୟରେ କିଛି ବୁଥରେ ଉତ୍ତେଜନା ସୃଷ୍ଟି ହୋଇଥିବା ଖବର ରହିଛି ।

ଦିଗପହଣ୍ଡି, ବୁଥରେ ଏଜେଣ୍ଟ ପ୍ରବେଶକୁ ଉତ୍ତେଜନା ହୋଇଥିବାବେଳେ ଧରାକୋଟ୍ କୁସଗୁମ୍ମା ୨୧ ନମ୍ବର ବୁଥ୍ରେ ଦୁଇ ଏଜେଣ୍ଟଣ୍ଟଙ୍କ ପ୍ରବେଶକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ହାତାହାତି ପରିସ୍ଥିତି ଉପୁଜିଥିବା ଜଣାପଡିଛି । ଅନ୍ୟପଟେ ଇଭିଏମରେ ତ୍ରୁଟି ବରଗଡ଼ ଜିଲ୍ଲାର ଗୋଟିଏ ବୁଥରେ ଦେଖିବାକୁ ମିଳିଛି । ହାଟପଦା ସରକାରୀ ପ୍ରାଥମିକ ବିଦ୍ୟାଳୟ ୯୨ନଂ ବୁଥ, ବିନିକା ସିଲାଟି ୬୪ନଂ ବୁଥ, ଭଞ୍ଜନଗର ଯୋଗୀମାରୀ ୧୦୬ନଂ ବୁଥରେ ବି ଇଭିଏମ ତ୍ରୁଟି ଦେଖିବାକୁ ମିଳିଛି । ତେବେ ଏହି ଇଭିଏମରେ ତ୍ରୁଟି ଯୋଗୁଁ ମତଦାନ ହୋଇପାରିନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି