ମତଦାନ ବେଳେ ଇଭିଏମରେ ତ୍ରୁଟି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦେଶରେ ଲୋକସଭା ନିର୍ବାଚନର ୫ମ ପର୍ଯ୍ୟାୟ ଆରମ୍ଭ ହୋଇଥିବା ବେଳେ ଓଡ଼ିଶାରେ ଆଜି ଦ୍ୱିତୀୟ ପର୍ଯ୍ୟାୟରେ ମତଦାନ ଜାରି ରହିଛି । ଆଜି ଓଡ଼ିଶାର ୫ ଲୋକସଭା ଏବଂ ୩୫ ବିଧାନସଭା ଆସନ ପାଇଁ ମତଦାନ ଜାରି ରହିଛି । ତେବେ ଏହାରି ମଧ୍ୟରେ କେତେକ ମତଦାନ କେନ୍ଦ୍ରରେ ଇଭିଏମ୍ ମେସିନରେ ତ୍ରୁଟି ଦେଖିବାକୁ ମିଳିଛି । ଏ ନେଇ ଭୋଟରମାନଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି ।

ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ କ୍ଷେତ୍ର କଣ୍ଟାବାଂଜିର ସଖୀ ବୁଥ୍ ନମ୍ବର ୫୩ , ବୀରମହାରାଜପୁରର ୨୧୭ ନମ୍ବର ବୁଥ୍, ବଲାଙ୍ଗୀରର ୧୫୩ ନମ୍ବର ବୁଥରେ ଇଭିଏମ୍ ମେସିନରେ ସମସ୍ୟା ଯୋଗୁଁ ମତଦାନରେ ବିଳମ୍ବ ହୋଇଥିଲା । ଅନ୍ୟପଟେ ସାନଖେମୁଣ୍ଡିର ବୁଥ୍ ନମ୍ବର ୪୫୭ ଓ ୪୮ରେ ମଧ୍ୟ ଏଭଳି ସମସ୍ୟା ଦେଖାଯାଇଥିଲା ।ଏହାସହ ମତଦାନ ସମୟରେ କିଛି ବୁଥରେ ଉତ୍ତେଜନା ସୃଷ୍ଟି ହୋଇଥିବା ଖବର ରହିଛି ।

ଦିଗପହଣ୍ଡି, ବୁଥରେ ଏଜେଣ୍ଟ ପ୍ରବେଶକୁ ଉତ୍ତେଜନା ହୋଇଥିବାବେଳେ ଧରାକୋଟ୍ କୁସଗୁମ୍ମା ୨୧ ନମ୍ବର ବୁଥ୍ରେ ଦୁଇ ଏଜେଣ୍ଟଣ୍ଟଙ୍କ ପ୍ରବେଶକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ହାତାହାତି ପରିସ୍ଥିତି ଉପୁଜିଥିବା ଜଣାପଡିଛି । ଅନ୍ୟପଟେ ଇଭିଏମରେ ତ୍ରୁଟି ବରଗଡ଼ ଜିଲ୍ଲାର ଗୋଟିଏ ବୁଥରେ ଦେଖିବାକୁ ମିଳିଛି । ହାଟପଦା ସରକାରୀ ପ୍ରାଥମିକ ବିଦ୍ୟାଳୟ ୯୨ନଂ ବୁଥ, ବିନିକା ସିଲାଟି ୬୪ନଂ ବୁଥ, ଭଞ୍ଜନଗର ଯୋଗୀମାରୀ ୧୦୬ନଂ ବୁଥରେ ବି ଇଭିଏମ ତ୍ରୁଟି ଦେଖିବାକୁ ମିଳିଛି । ତେବେ ଏହି ଇଭିଏମରେ ତ୍ରୁଟି ଯୋଗୁଁ ମତଦାନ ହୋଇପାରିନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’