Masthead

୬ଥର ବିଧାୟକ ହୋଇଥିବା କଂଗ୍ରେସ ପ୍ରାର୍ଥୀଙ୍କୁ ହରାଇଲେ ଶ୍ରମିକ ଇଶ୍ୱର ସାହୁ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଗତ ରବିବାର ୩ଟି ଏବଂ ଗତକାଲି ରାଜ୍ୟର ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହୋଇଯାଇଛି । ବିଜେପି ଜବରଦସ୍ତ ପ୍ରଦର୍ଶନ କରିଛି । ପଦ୍ମର ଜଲୱା ଆଗରେ ହାତ ଧରାଶାୟୀ ହୋଇଛି । ଦେଶର ସବୁଠୁ ପୁରୁଣା ଦଳ କଂଗ୍ରେସକୁ ପୁଣି ନିରାଶ ହେବାକୁ ପଡ଼ିଛି । କେବଳ ତେଲେଙ୍ଗାନାରେ କଂଗ୍ରେସ ଆସିଛଇ । ପୁଣି ଥରେ ପ୍ରମାଣିତ ହୋଇଛି ଯେ ଏବେ ବି ଦେଶରେ ରହିଛି ମୋଦି ଲହର । ତେବେ ନିର୍ବାଚନ ଫଳାଫଳ ଘୋଷଣା ପରେ ଅନେକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି ।

ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଛତିଶଗଡ଼ରେ ଅନେକ ନେତା ଏମିତି ଅଛନ୍ତି ଯେଉଁମାନେ ୫ଥର କିମ୍ବା ୫ରୁ ଅଧିକ ଥର ବିଧାୟକ ରହିଛନ୍ତି, କିନ୍ତୁ ଚଳିତ ନିର୍ବାଚନରେ ସେମାନେ ନିଜର ଆସନ ହରାଇ ଦେଇଛନ୍ତି । ଏହି ବିଧାୟକମାନଙ୍କ ମଧ୍ୟରୁ ଜଣେ ହେଉଛି ଈଶ୍ୱର ସାହୁ । ଯିଏକି ଏଠାରେ ୬ ଥର ବିଧାୟକ ଆସନରେ ବସିଥିବା ମନ୍ତ୍ରୀଙ୍କୁ ହରାଇ ସମସ୍ତଙ୍କୁ ଚକିତ କରିଦେଇଛନ୍ତି । ବେମେତରା ଜିଲ୍ଲାରେ ସାଜାର କଂଗ୍ରେସ ମନ୍ତ୍ରୀ ରବୀନ୍ଦ୍ର ଚୌବେ । ସେ ୬ ଥର ବିଧାୟକ ସାଜିଛନ୍ତି ।

କିନ୍ତୁ ଚଳିତଥର ରବୀନ୍ଦ୍ରଙ୍କୁ ବିଜେପିର ପ୍ରାର୍ଥୀ ଇଶ୍ୱର ସାହୁ ୫,୧୯୬ଟି ଭୋଟ ବ୍ୟବଧାନରେ ହରାଇ ଦେଇଛନ୍ତି । ଇଶ୍ୱର ସାହୁ ମାତ୍ର ୫ମ ଶ୍ରେଣୀ ଯାଏଁ ପାଠପଢ଼ିଛନ୍ତି । ସେ ଶ୍ରମିକ ଭାବେ କାମ କରୁଥିବା ବେଳେ ତାଙ୍କ ସ୍ତ୍ରୀ ଜଣେ ଗୃହିଣୀ । ତାଙ୍କ ପୁଅ ଭୁବନେଶ୍ୱର ସାହୁ ବିରନପୁର ଗ୍ରାମରେ ସାମ୍ପ୍ରଦାୟିକ ହିଂସାରେ ପ୍ରାଣ ହରାଇଛି । ଚଳିତବର୍ଷ ବିଧାନସଭା ନିର୍ବାଚନ ପାଇଁ ବିଜେପି ଇଶ୍ୱର ସାହୁଙ୍କୁ ଟିକେଟ ଦେଇ ମଇଦାନକୁ ଓହ୍ଲାଇଥିଲା । ଏହାପରେ ଈଶ୍ୱର ସାହୁ ଲୋକଙ୍କୁ ନିର୍ବାଚନ ପ୍ରଚାର ସମୟରେ କହିଥିଲେ ଭୋଟ ବଦଳରେ ପୁଅ ମୃତ୍ୟୁର ନ୍ୟାୟ ଦିଅନ୍ତୁ । ଏହି ପ୍ରଚାର ଲୋକଙ୍କ ହୃଦୟକୁ ସ୍ପର୍ଶ କରିଥିଲା । ଶେଷରେ ଗତକାଲି ନିର୍ବାଚନ ଫଳାଫଳ ଘୋଷଣା ହେବାପରେ ଈଶ୍ୱର ସାହୁଙ୍କ ସଫଳତା ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି