Masthead

ମ୍ୟାଚ ହାରି ବି ହୃଦୟ ଜିତିଲେ ପ୍ରଜ୍ଞାନନ୍ଦ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ହୃଦୟ ଜିତି ବିଶ୍ୱକପ ହାରିଗଲେ ଭାରତୀୟ ଗ୍ରାଣ୍ଡମାଷ୍ଟର ଆର ପ୍ରଜ୍ଞାନନ୍ଦ। ବିଶ୍ୱର ନମ୍ବର ୱାନ ଶତରଞ୍ଜ ଖେଳାଳି ମାଗ୍ନସ କାର୍ଲସେନଙ୍କୁ ଫିଡେ ବିଶ୍ୱକପ୍‌ ଶତରଞ୍ଜ ଟୁର୍ଣ୍ଣାମେଣ୍ଟର ଫାଇନାଲରେ କଡ଼ା ଟକ୍କର ଦେଇ ହାରି ଯାଇଛନ୍ତି ଭାରତର ପ୍ରଜ୍ଞାନନ୍ଦ ।

ବିଶ୍ୱର ଏକ ନମ୍ବର ଖେଳାଳି କାର୍ଲସନ ଟ୍ରାଏ ବ୍ରେକ୍‌ରେ ପ୍ରଜ୍ଞାନନ୍ଦଙ୍କୁ ହରାଇ ଦେଇଛନ୍ତି। ପ୍ରଜ୍ଞାନନ୍ଦ ମ୍ୟାଚ୍‌ ହାରି ଯାଇଥିଲେ ମଧ୍ୟ ଏତେ କମ ବୟସରେ ଫାଇନାଲରେ ପହଞ୍ଚିବା ଓ ବିଶ୍ୱର ୧ନଂ ଖେଳାଳିଙ୍କୁ ଟକ୍କର ଦେବା ସମଗ୍ର ଦେଶର ହୃଦୟ ଜିତିଥିଲେ। ମଙ୍ଗଳବାର ଠାରୁ ଉଭୟଙ୍କ ମଧ୍ୟରେ ଫାଇନାଲ ଲଢ଼େଇ ଆରମ୍ଭ ହୋଇଥିଲା।

ପ୍ରଥମ ଦୁଇ କ୍ଲାସିକାଲ ଗେମ୍‌କୁ ଡ୍ର ରଖିବାରେ ଭାରତୀୟ ଗ୍ରାଣ୍ଡମାଷ୍ଟର ଆର୍‌. ପ୍ରଜ୍ଞାନନ୍ଦ ସମର୍ଥ ହୋଇଥିଲେ। ଦୁଇଟି ଲଢ଼େଇ ଡ୍ର ରହିବାରୁ ଆଜି ଟ୍ରାଏ ବ୍ରେକରରେ ଫଳାଫଳ ନିର୍ଣ୍ଣୟ କରାଯାଇଥିଲା। ତେବେ ଟ୍ରାଏ ବ୍ରେକରରେ ପ୍ରଜ୍ଞାନନ୍ଦ ସାମାନ୍ୟ ପଛରେ ପଡ଼ି ଯାଇଥିଲେ। ଏହାର ଫାଇଦା ଉଠାଇ କାର୍ଲସେନ ଫାଇନାଲରେ ବାଜି ମାରି ନେଇଛନ୍ତି। ୩୨ ବର୍ଷୀୟ କାର୍ଲସେନ ପ୍ରଥମଥର ପାଇଁ ଶତରଞ୍ଜ ବିଶ୍ୱକପ ଜିତିଛନ୍ତି ।

ଚେନ୍ନାଇରେ ଜନ୍ମିତ ୧୮ ବର୍ଷୀୟ ପ୍ରଜ୍ଞାନନ୍ଦ ଫାଇନାଲ ମ୍ୟାଚ୍‌ ହାରି ଯାଇଛନ୍ତି ସତ, କିନ୍ତୁ ଭାରତୀୟ ଶତରଞ୍ଜ ଇତିହାସରେ ସେ ନିଜର ଦବଦବା ଦେଖାଇବାକୁ ସକ୍ଷମ ହୋଇଛନ୍ତି। ବିଶ୍ୱନାଥ ଆନନ୍ଦଙ୍କ ପରେ ପ୍ରଜ୍ଞାନନ୍ଦ ଦ୍ୱିତୀୟ ଭାରତୀୟ ଭାବେ ବିଶ୍ୱକପ ଫାଇନାଲରେ ପ୍ରବେଶ କରିବାର ରେକର୍ଡ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସାଂସଦ ମହୁଆ ମୋଇତ୍ରାଙ୍କ ବୈବାହିକ ଜୀବନ ଚର୍ଚ୍ଚାରେ 🔴 ବିଶ୍ୱ ପରିବେଶ ଦିବସରେ 🔴 ପାଣ୍ଡିଆନଙ୍କ ଟୋପାଏ ବିଷ, ବିଜେଡି ଛାରଖାର 🔴 ଦେବସ୍ନାନ ପୂର୍ଣ୍ଣିମା , ପୁରୀ ଜଗିବେ ୭୦ ପ୍ଲାଟୁର୍ନ ଫୋର୍ସ 🔴 ‘ଗୁଟଖା ଖାଇବା ବନ୍ଦ କର ତା’ ପରେ ଯାଇ ବାହାଘର’ 🔴 ବିସ୍ଫୋରକ ଜବତ ଘଟଣା, ଶ୍ରବଣ ଅଗ୍ରୱାଲଙ୍କୁ ୨ ଦିନିଆ ରିମାଣ୍ଡ 🔴 ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର 🔴 ଟ୍ରକକୁ ପଛପଟୁ ପିଟିଲା ବସ୍ 🔴 ପାକିସ୍ତାନର ୯ ବିମାନ ନଷ୍ଟ 🔴 ସଚିବାଳୟ ଛାଡି ଜିଲ୍ଲା ମୁହାଁ ସିଏମ୍ 🔴 ସାଂସଦ ମହୁଆ ମୋଇତ୍ରାଙ୍କ ବୈବାହିକ ଜୀବନ ଚର୍ଚ୍ଚାରେ 🔴 ବିଶ୍ୱ ପରିବେଶ ଦିବସରେ 🔴 ପାଣ୍ଡିଆନଙ୍କ ଟୋପାଏ ବିଷ, ବିଜେଡି ଛାରଖାର 🔴 ଦେବସ୍ନାନ ପୂର୍ଣ୍ଣିମା , ପୁରୀ ଜଗିବେ ୭୦ ପ୍ଲାଟୁର୍ନ ଫୋର୍ସ 🔴 ‘ଗୁଟଖା ଖାଇବା ବନ୍ଦ କର ତା’ ପରେ ଯାଇ ବାହାଘର’ 🔴 ବିସ୍ଫୋରକ ଜବତ ଘଟଣା, ଶ୍ରବଣ ଅଗ୍ରୱାଲଙ୍କୁ ୨ ଦିନିଆ ରିମାଣ୍ଡ 🔴 ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର 🔴 ଟ୍ରକକୁ ପଛପଟୁ ପିଟିଲା ବସ୍ 🔴 ପାକିସ୍ତାନର ୯ ବିମାନ ନଷ୍ଟ 🔴 ସଚିବାଳୟ ଛାଡି ଜିଲ୍ଲା ମୁହାଁ ସିଏମ୍