Masthead

ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦିଙ୍କ ପରଲୋକ

ବିହାର(ବଡ଼ ଖବର ବ୍ୟୁରୋ): ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦିଙ୍କ ପରଲୋକ । ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ସୁଶୀଲ ମୋଦୀ । ମୃତ୍ୟ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା । ସେ କ୍ୟାନ୍‌ସରରେ ପୀଡ଼ିତ ଥିବା ଗତ ମାସରେ ଜଣାପଡ଼ିଥିଲା। ଏନେଇ ସେ ଲୋକସଭା ନିର୍ବାଚନରେ ଭାଗନେବାକୁ ଅସମର୍ଥ ପ୍ରକାଶ କରିଥିଲେ। ଆଜି ତାଙ୍କ ମରଶରୀର ନିଜ ଗ୍ରାମ ପାଟନାର ରାଜେନ୍ଦ୍ର ନଗରକୁ ଅଣାଯାଇ ଶେଷକୃତ୍ୟ ସମ୍ପନ୍ନ କରାଯିବ। ତାଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ବିଜେପି ନେତା ଶୋକବ୍ୟକ୍ତ କରିଛନ୍ତି।

୧୯୫୨ ଜାନୁଆରୀ ୫ରେ ଜନ୍ମିତ ସୁଶୀଲ ୨୦୦୫ରୁ ୨୦୧୩ ଏବଂ ୨୦୧୭ରୁ ୨୦୨୦ ବିହାରର ଉପମୁଖ୍ୟମନ୍ତ୍ରୀ ରହିବା ସହ ଅର୍ଥମନ୍ତ୍ରୀ ଥିଲେ। ସେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ଆଜୀବନ ସଦସ୍ୟ। ଦ୍ରବ୍ୟ ଓ ସେବା ଟିକସ(ଜିଏସ୍‌ଟି) ଲାଗୁ କରିବା ପାଇଁ ୨୦୧୧ ଜୁଲାଇରେ ଗଠିତ କ୍ଷମତାସମ୍ପନ୍ନ ରାଜ୍ୟ ଅର୍ଥମନ୍ତ୍ରୀମାନଙ୍କ କମିଟିର ସେ ଅଧ୍ୟକ୍ଷ ରହିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ