Masthead

ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦିଙ୍କ ପରଲୋକ

ବିହାର(ବଡ଼ ଖବର ବ୍ୟୁରୋ): ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦିଙ୍କ ପରଲୋକ । ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ସୁଶୀଲ ମୋଦୀ । ମୃତ୍ୟ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା । ସେ କ୍ୟାନ୍‌ସରରେ ପୀଡ଼ିତ ଥିବା ଗତ ମାସରେ ଜଣାପଡ଼ିଥିଲା। ଏନେଇ ସେ ଲୋକସଭା ନିର୍ବାଚନରେ ଭାଗନେବାକୁ ଅସମର୍ଥ ପ୍ରକାଶ କରିଥିଲେ। ଆଜି ତାଙ୍କ ମରଶରୀର ନିଜ ଗ୍ରାମ ପାଟନାର ରାଜେନ୍ଦ୍ର ନଗରକୁ ଅଣାଯାଇ ଶେଷକୃତ୍ୟ ସମ୍ପନ୍ନ କରାଯିବ। ତାଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ବିଜେପି ନେତା ଶୋକବ୍ୟକ୍ତ କରିଛନ୍ତି।

୧୯୫୨ ଜାନୁଆରୀ ୫ରେ ଜନ୍ମିତ ସୁଶୀଲ ୨୦୦୫ରୁ ୨୦୧୩ ଏବଂ ୨୦୧୭ରୁ ୨୦୨୦ ବିହାରର ଉପମୁଖ୍ୟମନ୍ତ୍ରୀ ରହିବା ସହ ଅର୍ଥମନ୍ତ୍ରୀ ଥିଲେ। ସେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ଆଜୀବନ ସଦସ୍ୟ। ଦ୍ରବ୍ୟ ଓ ସେବା ଟିକସ(ଜିଏସ୍‌ଟି) ଲାଗୁ କରିବା ପାଇଁ ୨୦୧୧ ଜୁଲାଇରେ ଗଠିତ କ୍ଷମତାସମ୍ପନ୍ନ ରାଜ୍ୟ ଅର୍ଥମନ୍ତ୍ରୀମାନଙ୍କ କମିଟିର ସେ ଅଧ୍ୟକ୍ଷ ରହିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି