Masthead

ସ୍ବର୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଲ ଦାସ ଅଟକ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ଛତିଶଗଡ଼ ସରେଇପାଲି ଠାରେରେ ସ୍ବର୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ଅଟକ । ରାତି ୨ଟାରୁ ଅଟକ ଥିବା ଅଭିଯୋଗ ହୋଇଛି । ଗତକାଲି ବିଶାଲଙ୍କ ହୋଟେଲରେ ଚଢ଼ାଉ ହୋଇଥିଲା । ଅନାସ୍ଥା ପୂର୍ବରୁ ମହାସମୁଦ୍‌ ଜିଲ୍ଲା ସରେଇପାଲି ଥାନାରେ ବିଶାଲଙ୍କ ସହ କିଛି ସମିତି ସଭ୍ୟ ଓ ସରପଞ୍ଚଙ୍କୁ ଅଟକ ରଖିଛି ପୋଲିସ। ଆଜି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ରହିଛି। ପୋଲିସର କାର୍ଯ୍ୟାନୁଷ୍ଠାନକୁ ବେଆଇନ କହି ଭିଡିଓ ବାର୍ତ୍ତାରେ ଅଭିଯୋଗ ଆଣିଛନ୍ତି ବିଶାଲ ଦାସ।

ସେପଟେ ବିଶାଲ ଅଟକ ନେଇ ପୂର୍ବତନ ବିଧାୟିକା ଦୀପାଳି ଦାସଙ୍କ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ମୋ ଭାଇକୁ ଅଟକ ରଖିବା ଦୁଃଖନୀୟ, ଗଣତନ୍ତ୍ରର ହତ୍ୟା । ଲଇକେରା ପୋଲିସ ଅଟକ ରଖି ଛତିଶଗଡ଼ ପୋଲିସକୁ ହସ୍ତାନ୍ତର କରିଛି । ଅଟକ ସମିତି ସଭ୍ୟ ଓ ସରପଞ୍ଚଙ୍କୁ ଭେଟିବାକୁ ବିଶାଲ ଯାଇଥିଲେ । ରାତି ୧ଟାରୁ ମୋ ଭାଇକୁ ବି ଅଟକ ରଖିଲେ ।

ସେମାନେ ନିଜସ୍ବ ମତରେ ଆସିଥିବା କହିବା ପରେ ବି ଅଟକ ରଖିଲେ । ଅନ୍ୟପଟେ ଦୀପାଳିଙ୍କ ଅଭିଯୋଗରେ ପୋଲିସ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନି । ଶୁକ୍ରବାର କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷା କୃଷ୍ଣପ୍ରିୟା ସାହୁଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ସହ ମତଦାନ କରାଯିବାକୁ କିର୍ମିରା ପଞ୍ଚାୟତ ସମିତି ସଭାକକ୍ଷରେ ବୈଠକ ଅନୁଷ୍ଠିତ ହେବାକୁ ଧାର୍ଯ୍ୟ ହୋଇଛି । ଏହି ବୈଠକର ନିଷ୍ପତ୍ତି ଉପରେ ଅଧ୍ୟକ୍ଷାଙ୍କ ଭାଗ୍ୟ ନିର୍ଭର କରୁଛି। ସେ ଦୃଷ୍ଟିରୁ ପ୍ରସ୍ତାବ ଉପରେ ମତଦାନ ତଥା ଏହାର ଫଳାଫଳ ଉପରେ ସଭିଙ୍କ ନଜର ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ