Masthead

ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାର ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନେତା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ । ୯୫ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି । ଓଡ଼ିଶାର ଅନ୍ୟତମ ଲୋକପ୍ରିୟ ରାଜ୍ୟପାଳ ଭାବେ ପରିଚିତ ଚନ୍ଦ୍ରକାନ୍ତ ଭଣ୍ଡାରେ ୨୧ ଅଗଷ୍ଟ ୨୦୦୭ରୁ ୯ମାର୍ଚ୍ଚ ୨୦୧୩ ପର୍ୟ୍ୟନ୍ତ ଓଡ଼ିଶାର ରାଜ୍ୟପାଳ ଭାବେ କାର୍ୟ୍ୟଭାର ସମ୍ଭାଳିଥିଲେ । ୧୦ ଡିସେମ୍ବର ୧୯୨୮ ମସିହାରେ ଜନ୍ମିତ ଏହି ବିଶିଷ୍ଟ ରାଜନେତା କଂଗ୍ରେସ ସମର୍ଥନରେ ମହାରାଷ୍ଟ୍ରରୁ ରାଜ୍ୟସଭାକୁ ୧୯୮୦ରୁ ୧୯୯୪ ମଧ୍ୟରେ ରାଜ୍ୟସଭାକୁ ଯାଇଥିଲେ ।

ଏଥି ସହିତ ଭଣ୍ଡାରେ ସୁପ୍ରିମକୋର୍ଟ ବାର ଆସୋସିଏସନର ଦୁଇଥର ସଭାପତି ମଧ୍ୟ ହୋଇଥିଲେ । ପୂର୍ବତନ ରାଜ୍ୟପାଳଙ୍କ ବିୟୋଗରେ ରାଜ୍ୟପାଳ ରଘୁବାର ଦାସଙ୍କ ସମେତ ମୁଖ୍ୟମନ୍ତ୍ରୀ ମୋହନ ଚରର ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅନ୍ୟାନ୍ୟ ରାଜନେତା ମାନେ ମଧ୍ୟ ଶୋକପ୍ରକାଶ କରିବା ସହିତ ଓଡ଼ିଶା ସହିତ ଯୋଡ଼ି ହୋଇ ରହିଥିବା ତାଙ୍କ ସ୍ମୃତିକୁ ମନେ ପକାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ