Masthead

ନିଜ ସରକାର ବିରୋଧରେ ଅନଶନରେ ପାଇଲଟ୍

ଜୟପୁର(ବଡ଼ ଖବର ବ୍ୟୁରୋ): ଦୀର୍ଘ ଦିନର ନୀରବତା ପରେ ପୁଣି ରାଜସ୍ଥାନରେ ରାଜନୀତିରେ ଦେଖା ଦେଇଛି ହଲଚଲ । କ୍ଷମତାସୀନ କଂଗ୍ରେସରେ ପୁଣି ପାଇଲଟ ବନାମ ଗେହଲଟ୍ ଲଢ଼େଇ ଆରମ୍ଭ ହୋଇଛି । ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ୍ ନିଜ ଦଳର ସରକାର ବିରୋଧରେ ଆଜି ଅନଶନରେ ବସିଛନ୍ତି । ପାଇଲଟ୍ ସ୍ପଷ୍ଟ କରି ଦେଇଛନ୍ତି ଯେ ଦୁର୍ନୀତି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ବିରୋଧରେ ଲଢ଼େଇ କରିବା ମୁଡରେ ଅଛନ୍ତି । ପାଇଲଟଙ୍କ ଏହି ପଦକ୍ଷେପ ପରେ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି । ପାଇଲଟ୍ ଆଉ ଏକ ଦଳକୁ ନେଇ ବଢ଼ିବେ ନା କଂଗ୍ରେସ ଭିତରେ ରହି ନିଜ ଆନ୍ଦୋଳନକୁ ଜୋରଦାର କରିବେ ତାହା ଚର୍ଚ୍ଚା ହେଉଛି ।

ପାଇଲଟଙ୍କ ଅନଶନ ଘୋଷଣା ପରେ ହାଇକମାଣ୍ଡ ଗେହଲଟଙ୍କୁ ସମର୍ଥନ କରିଛି । ଯେଉଁଥିରୁ ସ୍ପଷ୍ଟ ଯେ ଆଗକୁ ପାଇଲଟଙ୍କ ପାଇଁ ରାସ୍ତା ବହୁତ କଠିନ ହୋଇପାରେ । ତେବେ ପାଇଲଟ୍ ଓ ଗେହଲଟଙ୍କ ମଧ୍ୟରେ ବିବାଦ ନୂଆ କଥା ନୁହେଁ । ୨୦୧୮ ରାଜସ୍ଥାନ ବିଧାନସଭା ନିର୍ବାଚନରେ କଂଗ୍ରେସ ବିଜୟୀ ହୋଇଥିଲା । ତେବେ ରାଜ୍ୟର ମୁଖ୍ୟମନ୍ତ୍ରୀ କିଏ ହେବ, ତାକୁ ନେଇ ବଡ଼ ପ୍ରଶ୍ନ ଦେଖା ଦେଇଥିଲା । ବହୁ ବିବାଦ ଭିତରେ ଗେହଲଟଙ୍କୁ ମୁଖ୍ୟମନ୍ତ୍ରୀ କରାଯାଇଥିଲା । ହେଲେ ଏହାକୁ ନେଇ ଅସନ୍ତୁଷ୍ଟ ଥିଲେ ପାଇଲଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା