Masthead

ଜୁନ୍‌ ୪ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌: ପ୍ରଧାନମନ୍ତ୍ରୀ

ବଲାଙ୍ଗୀର (ବଡ଼ ଖବର ବ୍ୟୁରୋ): ବଲାଙ୍ଗୀର ସଭାରେ ଆସୁ ଆସୁ ବର୍ଷିଲେ ମୋଦି । ଏଠିକା ଲୋକଙ୍କ ଉତ୍ସାହ ଦେଖିଲେ ପରିବର୍ତ୍ତନ ନିଶ୍ଚିତ ଲାଗୁଛି । ଓଡ଼ିଶାରେ ବିଜେଡି ସରକାରର କାଉଣ୍ଟଡାନ ଆରମ୍ଭ ହୋଇଯାଇଛି । ଓଡ଼ିଶାରେ ଏଥର ଡବଲ ଇଂଜିନ ସରକାର ନିଶ୍ଚିତ । ବିଜେଡି ଗରିବୀ ଦୂର ପାଇଁ କିଛି କରିନାହିଁ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ସେ କହିଛନ୍ତି ଓଡ଼ିଆ କଳାସଂସ୍କୃତିର ସେବା କରୁଥିବା ୪ ଓଡ଼ିଆଙ୍କୁ ପଦ୍ମଶ୍ରୀ ଦିଆଯାଇଛି । କୋଣାର୍କ ସୂର୍ଯ୍ୟମନ୍ଦିର ଚକ୍ରକୁ ଜି-୨୦ର ସିମ୍ବଲ କରାଯାଇଥିଲା ।

ଆମ ସରକାର ପାଇକ ସଂଗ୍ରାମକୁ ସ୍ୱୀକୃତି ଦେଇ ଡାକଟିକେଟ କରିଛି । ବିଜେପି ଜଣେ ଆଦିବାସୀ ଝିଅକୁ ଦେଶର ରାଷ୍ଟ୍ରପତି କରିଛି । ଓଡ଼ିଶା ଝିଅ ଆଜି ଦେଶକୁ ମାର୍ଗଦର୍ଶନ କରାଉଛନ୍ତି । ଓଡ଼ିଶାର ଲୋକ ବହୁତ ସ୍ବାଭିମାନୀ, ଅନ୍ୟାୟକୁ କେବେ ସହନ୍ତିନି । ଓଡ଼ିଶାର ମହାପୁରୁଷମାନେ ଓଡ଼ିଶାର ସ୍ଥିତି ଦେଖି କଣ କହୁଥିବେ । ଓଡ଼ିଆ ଅସ୍ମିତା ଆଜି ସଂକଟରେ, ଆମେ କେବେ ଏହାକୁ ବନ୍ଧା ପକାଇବୁନି । ଓଡ଼ିଶାକୁ ଏହି ସଂକଟରୁ ଉଦ୍ଧାର କରିବାକୁ ବିଜେପି ସଂକଳ୍ପ କରିଛି । ଜୁନ୍‌ ୪ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ । ଜୁନ୍‌ ୧୦ରେ ବିଜେପି ସରକାର ଶପଥ ନେବ, ଆପଣମାନଙ୍କୁ ନିମନ୍ତ୍ରଣ ରହିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ