Masthead

ଚୂନପଥର ଖଣିରେ ବିସ୍ଫୋରଣ, ୧୦ ମୃତ୍ୟୁ

ବିଶାଖାପାଟଣା(ବଡ଼ ଖବର ବ୍ୟୁରୋ):ଆନ୍ଧ୍ରପ୍ରଦେଶର କଡ଼ପା ଅଞ୍ଚଳରେ ବିସ୍ଫୋରଣ । ଏକ ଚୂନପଥର ଖଣିରେ ବିସ୍ଫୋରଣ ଘଟିଛି । ଏଥିରେ ପାଖାପାଖି ୧୦ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । କେବଳ ସେତିକି ନୁହେଁ ଭଙ୍ଗାରୁଜା ପଥର ତଳେ ଆହୁରି କିଛି ଲୋକ ପୋତି ହୋଇଥିବା ମଧ୍ୟ ଆଶଙ୍କା କରାଯାଉଛି ।

ପୋରୁମାମିଲା ପୋଲିସର କହିବାନୁଯାୟୀ, ‘ଡିଟୋନେଟର’ ଗୁଡ଼ିକୁ ଖଣିରୁ ସ୍ଥାନାନ୍ତର କରିବା ବେଳେ ଏହି ବିସ୍ଫୋରଣ ଘଟିଥିଲା । ଜୀବନ ହରାଇଥିବା ଶ୍ରମିକଙ୍କ ମଧ୍ୟରୁ ଅନେକ ଶ୍ରମିକ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ.ଏସ. ଜଗଗନମୋହନ ରେଡ୍ଡୀଙ୍କ ଗାଁ ପୁଲିବେଣ୍ଡୁଲାର ବୋଲି ଜଣାପଡ଼ିଛି । ତେବେ ପ୍ରାଣ ହରାଇଥିବା ଶ୍ରମିକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଃଖବ୍ୟକ୍ତ କରିଛନ୍ତି । ଦୁର୍ଘଟଣାର କାରଣ ବୁଝିବା ସହ ତୁରନ୍ତ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା