Masthead

ପାକିସ୍ତାନରେ ବିସ୍ଫୋରଣ, ୧୦ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅଶାନ୍ତ ପାକିସ୍ତାନ । ବଲୁଚିସ୍ତାନର ରାଜଧାନୀ କ୍ବେଟା ସହରରେ ବଡ଼ଧରଣର ଆତ୍ମଘାତୀ ବିସ୍ପୋରଣ । ମଧ୍ୟାହ୍ଣ ପ୍ରାୟ ୧୨ଟା ସମୟରେ ଆତ୍ମଘାତୀ ବିସ୍ପୋରଣ ହୋଇଛି । ସୂଚନା ଅନୁସାରେ, ୮ଜଣ ପ୍ରାଣ ହରାଇଛନ୍ତି ଏବଂ ୧୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ବିସ୍ଫୋରଣ ଏତେ ବଡ଼ଧରଣର ହୋଇଛି ଯେ ମୃତ୍ୟୁସଂଖ୍ୟା ବଢ଼ିବାର ଆଶଙ୍କା କରାଯାଉଛି । ଫ୍ରଣ୍ଟିୟର ଫୋର୍ସ ମୁଖ୍ୟାଳୟ ନିକଟରେ ଘଟିଛି ବିସ୍ଫୋରଣ ।

ଏଥିରେ ୩ ଜଣ ପାକିସ୍ତାନୀ ସୈନ୍ୟ ମଧ୍ୟ ଘଟଣାସ୍ଥଳରେ  ପ୍ରାଣ ହରାଇଛନ୍ତି । କ୍ବେଟାରେ ବାରମ୍ବାର ବିସ୍ଫୋରଣ ଘଟୁଛି । ପାକିସ୍ତାନ ସରକାର ଓ ସେନା ବିରୋଧରେ ବଲୁଚ ବାସିନ୍ଦା ଲଗାତାର  ପ୍ରତିବାଦ କରିଆସୁଛନ୍ତି । ଶେହବାଜ୍ ସରକାର ବନ୍ଧୁକ ମୁନରେ ବଲୁଚିସ୍ତାନ ବାସିନ୍ଦାଙ୍କୁ ଚୁପ୍ କରାଇବାକୁ ଚେଷ୍ଟା କରୁଥିବା ଅଭିଯୋଗ ହୋଇଛି । ସେପଟେ ପାକିସ୍ତାନ ଅଧିକୃତ- ପିଓକେରେ ସରକାରଙ୍କ ବିରୋଧରେ ଚରମ ଅଶାନ୍ତି ଲାଗିରହିଛି । ବେଲୁଚିସ୍ତାନ ସ୍ବାସ୍ଥ୍ୟ ବିଭାଗର ସଚିବ କହିଛନ୍ତି ଯେ ବୋମା ବିସ୍ଫୋରଣ ଯୋଗୁ କ୍ୱେଟା ଡାକ୍ତରଖାନାଗୁଡ଼ିକରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରାଯାଇଛି।

ସମସ୍ତ ଡାକ୍ତର, ପାରାମେଡିକାଲ କର୍ମଚାରୀ, ନର୍ସ ଇତ୍ୟାଦିଙ୍କୁ ଡ୍ୟୁଟିରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ପାକିସ୍ତାନୀ ଗଣମାଧ୍ୟମ ରିପୋର୍ଟ ଅନୁସାରେ, କ୍ୱେଟାର ଜରଘୁନ ରୋଡ ନିକଟରେ ଏହି ବୋମା ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣରେ ଅତି କମରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ଏବଂ ଅନେକେ ଆହତ ହୋଇଥିବା ସୂଚନା ମିଳିଛି। ବେଲୁଚିସ୍ତାନ ସ୍ବାସ୍ଥ୍ୟ ବିଭାଗର ମିଡିଆ ସଂଯୋଜକ କହିଛନ୍ତି ଯେ ଆହତମାନଙ୍କୁ ସିଭିଲ ହସ୍ପିଟାଲ ସମେତ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ