Masthead

ବାଣ ଗୋଦାମରେ ବିସ୍ଫୋରଣ, ଭୁଶୁଡ଼ିଲା କୋଠା ଘର

ବୌଦ୍ଧ (ବଡ଼ ଖବର ବ୍ୟୁରୋ): ବାଣ ଗୋଦାମରେ ବିସ୍ଫୋରଣ । ମାଟିରେ ମିଶିଲା ଘର। ଜଣେ ମୃତ, ଅନେକ ଆହତ । ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ଜିଆକଟା ଏବଂ ଛତ୍ରପୁର ଗ୍ରାମ ମଧ୍ୟ ଭାଗରେ ବାଣ ଗୋଦାମରେ ବଡ଼ଧରଣର ବିସ୍ଫୋରଣ ଘଟିଛି। ଏଥିରେ ଗୋଦାମ ଘର ଛାତ ସମ୍ପୂର୍ଣ୍ଣ ଭାବେ ମାଟିରେ ମିଶିଯାଇଛି। ଏହା ସହିତ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇରୁ ତିନିଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି।

ଅନ୍ୟପଟେ ଏଭଳି ବଡ଼ଧରଣର ବିସ୍ଫୋରଣ ଯୋଗୁଁ ଏକ କିଲୋମିଟର ଦୂରରେ ଥିବା ପୁରୁଣାକଟକ ମାର୍କେଟରେ ଅନେକ ଗାଡି ସୋରୁମ ସହିତ ଦୋକାନ ଘର କାଚ ଭାଙ୍ଗିଥିବା ଜଣାପଡିଛି। ଖବର ପାଇ ଘଟଣାସ୍ଥଳରେ ହରଭଙ୍ଗା ଅଗ୍ନିଶମ ବାହିନୀ, ପୁରୁଣା କଟକ ପୁଲିସ ପହଁଚି ସର୍ଚ୍ଚ ଅପରେସନ ସହିତ ଘଟଣାର ଛାନଭିନ ଆରମ୍ଭ ହୋଇଛି । ଏଭଳି ଘଟଣା ପରେ ସମ୍ପୃକ୍ତ ଗାଁ ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା