Masthead

ବାଣ ଗୋଦାମରେ ବିସ୍ଫୋରଣ, ଭୁଶୁଡ଼ିଲା କୋଠା ଘର

ବୌଦ୍ଧ (ବଡ଼ ଖବର ବ୍ୟୁରୋ): ବାଣ ଗୋଦାମରେ ବିସ୍ଫୋରଣ । ମାଟିରେ ମିଶିଲା ଘର। ଜଣେ ମୃତ, ଅନେକ ଆହତ । ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ଜିଆକଟା ଏବଂ ଛତ୍ରପୁର ଗ୍ରାମ ମଧ୍ୟ ଭାଗରେ ବାଣ ଗୋଦାମରେ ବଡ଼ଧରଣର ବିସ୍ଫୋରଣ ଘଟିଛି। ଏଥିରେ ଗୋଦାମ ଘର ଛାତ ସମ୍ପୂର୍ଣ୍ଣ ଭାବେ ମାଟିରେ ମିଶିଯାଇଛି। ଏହା ସହିତ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇରୁ ତିନିଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି।

ଅନ୍ୟପଟେ ଏଭଳି ବଡ଼ଧରଣର ବିସ୍ଫୋରଣ ଯୋଗୁଁ ଏକ କିଲୋମିଟର ଦୂରରେ ଥିବା ପୁରୁଣାକଟକ ମାର୍କେଟରେ ଅନେକ ଗାଡି ସୋରୁମ ସହିତ ଦୋକାନ ଘର କାଚ ଭାଙ୍ଗିଥିବା ଜଣାପଡିଛି। ଖବର ପାଇ ଘଟଣାସ୍ଥଳରେ ହରଭଙ୍ଗା ଅଗ୍ନିଶମ ବାହିନୀ, ପୁରୁଣା କଟକ ପୁଲିସ ପହଁଚି ସର୍ଚ୍ଚ ଅପରେସନ ସହିତ ଘଟଣାର ଛାନଭିନ ଆରମ୍ଭ ହୋଇଛି । ଏଭଳି ଘଟଣା ପରେ ସମ୍ପୃକ୍ତ ଗାଁ ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’