ଦାମ ରାଉତଙ୍କ ଉପରୁ ବହିଷ୍କାର ଉଠାଇଲା ବିଜେଡି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦାମ ରାଉତଙ୍କ ଉପରୁ ବହିଷ୍କାର ଉଠାଇଲା ବିଜେଡି । ବହିଷ୍କାର ହଟାଇଲେ ଦଳ ସଭାପତି ନବୀନ ପଟ୍ଟନାୟକ । ୨୦୧୮ରେ ବିଜେଡିରୁ ହୋଇଥିଲେ ବହିଷ୍କାର । ବିଜେଡିରୁ ବହିଷ୍କାର ପରେ ବିଜେପିରେ ଦେଇଥିଲେ ଯୋଗ । ୨୦୧୯ରେ ବିଜେପି ଟିକଟରୁ ଲଢିଥିଲେ । ପରେ ବିଜେପି ଛାଡିଥିଲେ ଦାମୋଦର ରାଉତ । ବିଜେପିରୁ ପରାଜିତ ହେବା ପରେ ଦାମ ବିଜେପି ଛାଡି ପୁଣିଥରେ ବିଜେଡିରେ ଯୋଗ ଦେବାକୁ ଇଚ୍ଛା ପ୍ରକାଶ କରିଥିଲେ ।

ଏପରିକି ବିଜେପିରେ ଯୋଗ ଦେଇ ଭୁଲ କରିଥିଲି ବୋଲି କହିଥିଲେ । ବିଜେଡିରେ ଯୋଗ ଦେବାକୁ ଦାମ ଚାହିଁଥିଲେ ମଧ୍ୟ ସବୁଜ ସଂକେତ ଦେଇନଥିଲେ ନବୀନ । ତେବେ ନିର୍ବାଚନ ପୂର୍ବରୁ ଦାମଙ୍କୁ ପୁଣିଥରେ ଦଳରେ ସାମିଲ କଲେ ବିଜେଡି ସୁପ୍ରିମୋ । ଦାମଙ୍କ ଉପରୁ ବହିଷ୍କାର ଆଦେଶ ହଟିବା ପରେ ପୁଅ ସମ୍ବିତ ରାଉତରାୟ କହିଛନ୍ତି, ବାପାଙ୍କ ଉପରୁ ବହିଷ୍କାର ଆଦେଶ ହଟିବା ପରେ ମୁଁ ବହୁତ ଖୁସି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’