Masthead

୨୦୧୮ରେ ଶେଷ ଥର ପାଇଁ ବାହାର ଭଣ୍ଡାର ଅନୁଧ୍ୟାନ ହୋଇଥିଲା: ଏଏସଆଇ

କଟକ (ବଡ଼ ଖବର ବ୍ୟୁରୋ):  ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାରେ ଏଏସଆଇ ପକ୍ଷରୁ ସତ୍ୟପାଠ ଦାଖଲ । ହାଇକୋର୍ଟରେ ସତ୍ୟପାଠ ଦାଖଲ ପରେ ଏଏସଆଇ ଅଧୀକ୍ଷକଙ୍କ ପ୍ରତିକ୍ରିୟା । ଭିତର ଭଣ୍ଡାର କେବେ ମଧ୍ୟ ଅନୁଧ୍ୟାନ ହୋଇ ନଥିବା କହିଲେ ଅଧୀକ୍ଷକ । ୨୦୧୮ରେ ଶେଷ ଥର ପାଇଁ ବାହାର ଭଣ୍ଡାର ଅନୁଧ୍ୟାନ ହୋଇଥିଲା’ । ସେତେବେଳେ ଛାତରୁ ପାଣି ଗଳୁଥିଲା, ଚଟାଣରେ ପଥର ପଡ଼ିଥିଲା’ । କାନ୍ଥ ଭିତରୁ ଏକ ଫମ୍ଫସା ଶବ୍ଦ ମଧ୍ୟ ଶୁଭୁଥିଲା । ସେ ଆହୁରି ମଧ୍ୟ କହିଛନ୍ତି ରତ୍ନଭଣ୍ଡାରର ମରାମତି ଆବଶ୍ୟକ ରହିଛି ।

ମାମଲା ଏବେ ହାଇକୋର୍ଟରେ ବିଚାରାଧୀନ ରହିଛି । ‘ହାଇକୋର୍ଟ ନିର୍ଦ୍ଦେଶ ଦେଲେ ଯଥାଶୀଘ୍ର ମରାମତି କରିବୁ । ଏହାପୂର୍ବରୁ ରତ୍ନଭଣ୍ଡାର ଖୋଲାଯିବା ନେଇ ଶ୍ରୀମନ୍ଦିର ପରିଚାଳନା କମିଟି ସରକାରଙ୍କୁ ସୁପାରିଶ କରିଛି । ଆସନ୍ତା ରଥଯାତ୍ରା ସମୟରେ ରତ୍ନଭଣ୍ଡାର ଖୋଲି ଏହାର ଯାଞ୍ଚ ଓ ମରାମତି କରିବାକୁ ରାଜ୍ୟ ସରକାରଙ୍କୁ ସୁପାରିଶ କରିଛି ପରିଚାଳନା କମିଟି । ଏହାସହ ରତ୍ନଭଣ୍ଡାର ଖୋଲିବାକୁ ଏକ ଉଚ୍ଚସ୍ତରୀୟ ଟିମ୍ ଗଠନ କରିବାକୁ ନିଷ୍ପତ୍ତି ନିଆଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ