Masthead

ଆଇସିଆଇସିଆଇ ବ୍ୟାଙ୍କରୁ ୨କୋଟି ଟଙ୍କା ହଡ଼ପ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଆଇସିଆଇସିଆଇ ବ୍ୟାଙ୍କରୁ ୧ କୋଟି ୮୫ଲକ୍ଷ ଟଙ୍କା ହଡପ । ଥାନାରେ ଅଭିଯୋଗ ପରେ ଜଣେ ଅଟକ । ଅନୁଗୋଳ ଜିଲା ଛେଣ୍ଡିପଦାରେ ଥିବା ଆଇସିଆଇସିଆଇ ବ୍ୟାଙ୍କର ୩ ଅଡିଟ ଚାଲିଥିଲା । ଅଡିଟ୍ ବେଳେ ୧କୋଟି ୮୫ଲକ୍ଷ ୫୦ହଜାର ଟଙ୍କାର ହିସାବ ମିଳି ନଥିଲା । ଏ ନେଇ ଅଡିଟର୍ ବ୍ୟାଙ୍କର ଉଚ୍ଚପଦସ୍ଥ ଅଧିକାରୀଙ୍କୁ ଜଣାଇଥିଲେ ।

ଏ ନେଇ ବ୍ୟାଙ୍କର ଆର ଏଚ ଅତ୍ୟୁଲ୍ୟ ପାଟ୍ଟଯୋଶୀ ଛେଣ୍ଡିପଦା ଶାଖାକୁ ଆସି ଘଟଣାର ତଦନ୍ତ କରିବା ସହିତ ଛେଣ୍ଡିପଦା ଆଇସିଆଇସିଆଇ ବ୍ୟାଙ୍କର କର୍ମଚାରୀ ଆକାଶ ଭାରତୀଙ୍କର ସମୃକ୍ତି ଥିବା ନେଇ ଛେଣ୍ଡିପଦା ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା ରୁଜୁ କରିବା ସହିତ ସଂମ୍ପୃକ୍ତ କର୍ମଚାରୀଙ୍କୁ ଅଟକ ରଖି ଘଟଣାର ତଦନ୍ତ ଚଳାଇଛି । ପୋଲିସ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆକାଶ ବ୍ୟାଙ୍କରେ ଟଙ୍କା ଡିପୋଜିଟ ପାଇଁ ଆସୁଥିବା ଟଙ୍କା ଡିପୋଜିଟ୍ ନକରି ଆତ୍ମସାତ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ