Masthead

ଆଜି ସରଗରମ ହୋଇପାରେ ବିଧାନସଭା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ମଧ୍ୟ ସରଗରମ ହୋଇପାରେ ବିଧାନସଭା । ବାଚସ୍ପତିଙ୍କ ଉପରକୁ ଡାଲି ଫିଙ୍ଗା ଘଟଣାରେ ଦୁଇ ବିଧାୟକଙ୍କୁ ନିଲମ୍ବନ ପ୍ରତିବାଦ କରିପାରନ୍ତି ବିଜେପି ଦଳ । ମହିଳାଙ୍କୁ ଅସମ୍ମାନ ନେଇ କାଉଣ୍ଟର କରିପାରେ ଶାସକ ଦଳ ।  ସେପଟେ ଶନିବାର ଗୃହରେ ଅତିରିକ୍ତ ବଜେଟର ଖର୍ଚ୍ଚ ଦାବି ଆଲୋଚନା ରହିଛି । ପଞ୍ଚାୟତି ରାଜ ଓ ସ୍କୁଲ୍ ଗଣଶିକ୍ଷା ବିଭାଗର ଖର୍ଚ୍ଚ ଦାବି ଆଲୋଚନା ହେବ । ସେହିପରି ପର୍ଯ୍ୟଟନ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ,ମହିଳା ଓ ଶିଶୁ ବିକାଶ,ଅବକାରୀ,ଆଇନ,ମିଶନ ଶକ୍ତି,ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ର ପ୍ରଶ୍ନ କାଳ ରହିଛି ।

ମୁଖ୍ୟ ବିରୋଧୀ ବିଜେପି ବିଧାୟକ ମାନେ ଗୃହକୁ ନଚଳାଇ ଦେବାକୁ ରଣନୀତି କରି ଆସୁଥିବାରୁ ପ୍ରଶ୍ନକାଳ ସ୍ଵାଭାବିକ ଭାବେ ଚାଲିବ କି ନାହିଁ ତାହାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି । ଅନ୍ୟପଟେ ଗୁରୁବାର ବିଧାନସଭାରେ କଳଙ୍କିତ ଅଧ୍ୟାୟ ସୃଷ୍ଟି କରିଛି ବିଜେପି ବୋଲି କହିଛି ଶାସକ ଦଳ । ବାଚସ୍ପତିଙ୍କ ଚେୟାରକୁ ଡାଲି ଫୋପାଡ଼ି ଗୃହର ମର୍ଯ୍ୟାଦା କ୍ଷୁର୍ଣ୍ଣ କରିଛି ବିଜେପି । ଏନେଇ ବିଜେପିର ଦୁଇ ବିଧାୟକଙ୍କୁ ନିଲମ୍ବିତ କରିଛି ଗୃହ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ