Masthead

ଆଜି ସରଗରମ ହୋଇପାରେ ବିଧାନସଭା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ମଧ୍ୟ ସରଗରମ ହୋଇପାରେ ବିଧାନସଭା । ବାଚସ୍ପତିଙ୍କ ଉପରକୁ ଡାଲି ଫିଙ୍ଗା ଘଟଣାରେ ଦୁଇ ବିଧାୟକଙ୍କୁ ନିଲମ୍ବନ ପ୍ରତିବାଦ କରିପାରନ୍ତି ବିଜେପି ଦଳ । ମହିଳାଙ୍କୁ ଅସମ୍ମାନ ନେଇ କାଉଣ୍ଟର କରିପାରେ ଶାସକ ଦଳ ।  ସେପଟେ ଶନିବାର ଗୃହରେ ଅତିରିକ୍ତ ବଜେଟର ଖର୍ଚ୍ଚ ଦାବି ଆଲୋଚନା ରହିଛି । ପଞ୍ଚାୟତି ରାଜ ଓ ସ୍କୁଲ୍ ଗଣଶିକ୍ଷା ବିଭାଗର ଖର୍ଚ୍ଚ ଦାବି ଆଲୋଚନା ହେବ । ସେହିପରି ପର୍ଯ୍ୟଟନ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ,ମହିଳା ଓ ଶିଶୁ ବିକାଶ,ଅବକାରୀ,ଆଇନ,ମିଶନ ଶକ୍ତି,ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ର ପ୍ରଶ୍ନ କାଳ ରହିଛି ।

ମୁଖ୍ୟ ବିରୋଧୀ ବିଜେପି ବିଧାୟକ ମାନେ ଗୃହକୁ ନଚଳାଇ ଦେବାକୁ ରଣନୀତି କରି ଆସୁଥିବାରୁ ପ୍ରଶ୍ନକାଳ ସ୍ଵାଭାବିକ ଭାବେ ଚାଲିବ କି ନାହିଁ ତାହାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି । ଅନ୍ୟପଟେ ଗୁରୁବାର ବିଧାନସଭାରେ କଳଙ୍କିତ ଅଧ୍ୟାୟ ସୃଷ୍ଟି କରିଛି ବିଜେପି ବୋଲି କହିଛି ଶାସକ ଦଳ । ବାଚସ୍ପତିଙ୍କ ଚେୟାରକୁ ଡାଲି ଫୋପାଡ଼ି ଗୃହର ମର୍ଯ୍ୟାଦା କ୍ଷୁର୍ଣ୍ଣ କରିଛି ବିଜେପି । ଏନେଇ ବିଜେପିର ଦୁଇ ବିଧାୟକଙ୍କୁ ନିଲମ୍ବିତ କରିଛି ଗୃହ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ