Masthead

ଆଜି ଶ୍ରୀମନ୍ଦିରରେ ଫଗୁ ଦଶମୀ

ପୁରୀ (ବଡ଼ ଖବର ବ୍ୟୁରୋ):  ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ହେବ ଫଗୁ ଦଶମୀ । ଏଥି ପାଇଁ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ଆଜିଠୁ ଶ୍ରୀମନ୍ଦିରରେ ସପ୍ତାହ ଧରି ଦୋଳ ଉତ୍ସବ ଆରମ୍ଭ ହେବ। ଫଗୁ ଦଶମୀରେ ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଶେଷ ହେବାପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଚଳନ୍ତି ପ୍ରତିମା ଦୋଳ ଗୋବିନ୍ଦ, ଭୂଦେବୀ, ଶ୍ରୀଦେବୀ ସ୍ୱତନ୍ତ୍ର ବିମାନରେ ବସି ଶ୍ରୀଜଗନ୍ନାଥ ବଲ୍ଲଭ ମଠକୁ ଯିବେ । ସେଠାରେ ଅବିର ଓ ଫଗୁ ଲାଗି କରାଯିବ ।

ବିଶ୍ୱାସ ରହିଛି, ଫାଲଗୁନ ଶୁକ୍ଳ ଦଶମୀରୁ ଚୈତ୍ର କୃଷ୍ଣ ପ୍ରତିପଦା ପର୍ଯ୍ୟନ୍ତ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୂଣ୍ୟ ମିଳିଥାଏ । ଏହି ଅବସରରେ ମହାପ୍ରଭୁଙ୍କ ଚାଚେରୀ ବେଶ ଓ ଚାଚେରୀ ଭୋଗ ଅନୁଷ୍ଠିତ ହେବ । ଆସନ୍ତା ଚତୁର୍ଦଶୀ ତିଥି ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏହି ଚାଚେରୀ ବେଶରେ ମହାପ୍ରଭୁ ରକ୍ତବସ୍ତ୍ର ପରିଧାନ କରିବା ସହ ବିଭିନ୍ନ ଅଳଙ୍କାରରେ ସଜିତ ହେବେ । ପ୍ରତିଦିନ ମଧ୍ୟାହ୍ନଧୂପ ସରିବା ପରେ ମହାପ୍ରଭୁଙ୍କୁ ଏହି ବେଶରେ ସଜିତ କରାଯିବ । ଆଜି ମଧ୍ୟ ଠାକୁର ଠାକୁରାଣୀଙ୍କୁ ଝିମିରି ଫଗୁ ଲାଗି କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା