ଆଜି ଶ୍ରୀମନ୍ଦିରରେ ଫଗୁ ଦଶମୀ

ପୁରୀ (ବଡ଼ ଖବର ବ୍ୟୁରୋ):  ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ହେବ ଫଗୁ ଦଶମୀ । ଏଥି ପାଇଁ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ଆଜିଠୁ ଶ୍ରୀମନ୍ଦିରରେ ସପ୍ତାହ ଧରି ଦୋଳ ଉତ୍ସବ ଆରମ୍ଭ ହେବ। ଫଗୁ ଦଶମୀରେ ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଶେଷ ହେବାପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଚଳନ୍ତି ପ୍ରତିମା ଦୋଳ ଗୋବିନ୍ଦ, ଭୂଦେବୀ, ଶ୍ରୀଦେବୀ ସ୍ୱତନ୍ତ୍ର ବିମାନରେ ବସି ଶ୍ରୀଜଗନ୍ନାଥ ବଲ୍ଲଭ ମଠକୁ ଯିବେ । ସେଠାରେ ଅବିର ଓ ଫଗୁ ଲାଗି କରାଯିବ ।

ବିଶ୍ୱାସ ରହିଛି, ଫାଲଗୁନ ଶୁକ୍ଳ ଦଶମୀରୁ ଚୈତ୍ର କୃଷ୍ଣ ପ୍ରତିପଦା ପର୍ଯ୍ୟନ୍ତ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୂଣ୍ୟ ମିଳିଥାଏ । ଏହି ଅବସରରେ ମହାପ୍ରଭୁଙ୍କ ଚାଚେରୀ ବେଶ ଓ ଚାଚେରୀ ଭୋଗ ଅନୁଷ୍ଠିତ ହେବ । ଆସନ୍ତା ଚତୁର୍ଦଶୀ ତିଥି ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏହି ଚାଚେରୀ ବେଶରେ ମହାପ୍ରଭୁ ରକ୍ତବସ୍ତ୍ର ପରିଧାନ କରିବା ସହ ବିଭିନ୍ନ ଅଳଙ୍କାରରେ ସଜିତ ହେବେ । ପ୍ରତିଦିନ ମଧ୍ୟାହ୍ନଧୂପ ସରିବା ପରେ ମହାପ୍ରଭୁଙ୍କୁ ଏହି ବେଶରେ ସଜିତ କରାଯିବ । ଆଜି ମଧ୍ୟ ଠାକୁର ଠାକୁରାଣୀଙ୍କୁ ଝିମିରି ଫଗୁ ଲାଗି କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’