Masthead

ଫେଲ୍ ମାରିଲା ଇକମୋ ଚିକିତ୍ସା, ଆଖି ବୁଜିଲେ ଅଭିଷେକ ମହାପାତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କାମ ଦେଲାନି ଇକମୋ ଚିକିତ୍ସା । ଆଖିବୁଜିଲେ ଅଭିଷେକ ମହାପାତ୍ର । କରୋନା ପଜିଟିଭ ହୋଇ କୋଲକତାରେ ଇକମୋ ଚିକିତ୍ସାଧୀନ ଥିଲେ । ଅଭିଷେକଙ୍କ ମୃତ୍ୟୁ ନେଇ ତାଙ୍କ ଭାଇ ରୋଶନ ମହାନ୍ତି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଭଦ୍ରକ ଜିଲ୍ଲା ବାସୁଦେବପୁର ଅଞ୍ଚଳର ଅଭିଷେକ ମହାପାତ୍ର ଉମାନରେ ସିଭିଲ୍‌ ଇଞ୍ଜିନିୟର ଭାବେ କାର୍ଯ୍ୟ କରନ୍ତି। । ତେବେ ବାହାଘରର ୮ ଦିନ ପରେ ହଠାତ ଅସୁସ୍ଥ ହୋଇ ପଡ଼ିଥିଲେ ଅଭିଷେକ।

ପରେ ତାଙ୍କର କୋଭିଡ୍‌ ଟେଷ୍ଟ ପଜିଟିଭ ଆସିଥିଲା। କୋଭିଡ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯିବା ସତ୍ତ୍ୱେ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲକୁ ତାଙ୍କୁ ସ୍ଥାନାନ୍ତର କରାଯାଇଥିଲା। ଦୀର୍ଘଦିନ ଆଇସିୟୁରେ ଚିକିତ୍ସିତ ହେବା ପରେ ବି ତାଙ୍କ ଅବସ୍ଥାରେ ସୁଧାର ନ ଆସିବାରୁ ଇକମୋ ଚିକିତ୍ସା ପାଇଁ ଅନ୍ୟତ୍ର ନେବାକୁ କହିଥିଲେ ଡାକ୍ତର। ମାତ୍ର ଇକମୋ ଚିକିତ୍ସା ପାଇଁ ଅର୍ଥ ବାଧକ ସାଜିଥିବା ବେଳେ ତାଙ୍କ ପତ୍ନୀ ସହାୟତା ପାଇଁ ଆକୁଳ ନିବେଦନ କରିଥିଲେ ।

ତେବେ ବହୁଆଡ଼ୁ ମଧ୍ୟ ସହାୟତାର ସୁଅ ଛୁଟିଥିଲା। ଚିକିତ୍ସା ପାଇଁ ୧ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହେବ ବୋଲି କୁହାଯାଇଥିଲା। ଏୟାରଲିଫ୍ଟିଂ ପାଇଁ ଦରକାର ପାଖାପାଖି ୩୦ଲକ୍ଷ ଟଙ୍କା ଦରକାର ଥିଲା। ପରିବାର ଲୋକ ଏତେ ଟଙ୍କା ଯୋଗାଡ଼ କରିବାରେ ଅସମର୍ଥ ହୋଇ ସହାୟତା ପାଇଁ ନିବେଦନ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ