Masthead

ଫେଲ୍ ମାରିଲା ଇକମୋ ଚିକିତ୍ସା, ଆଖି ବୁଜିଲେ ଅଭିଷେକ ମହାପାତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କାମ ଦେଲାନି ଇକମୋ ଚିକିତ୍ସା । ଆଖିବୁଜିଲେ ଅଭିଷେକ ମହାପାତ୍ର । କରୋନା ପଜିଟିଭ ହୋଇ କୋଲକତାରେ ଇକମୋ ଚିକିତ୍ସାଧୀନ ଥିଲେ । ଅଭିଷେକଙ୍କ ମୃତ୍ୟୁ ନେଇ ତାଙ୍କ ଭାଇ ରୋଶନ ମହାନ୍ତି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଭଦ୍ରକ ଜିଲ୍ଲା ବାସୁଦେବପୁର ଅଞ୍ଚଳର ଅଭିଷେକ ମହାପାତ୍ର ଉମାନରେ ସିଭିଲ୍‌ ଇଞ୍ଜିନିୟର ଭାବେ କାର୍ଯ୍ୟ କରନ୍ତି। । ତେବେ ବାହାଘରର ୮ ଦିନ ପରେ ହଠାତ ଅସୁସ୍ଥ ହୋଇ ପଡ଼ିଥିଲେ ଅଭିଷେକ।

ପରେ ତାଙ୍କର କୋଭିଡ୍‌ ଟେଷ୍ଟ ପଜିଟିଭ ଆସିଥିଲା। କୋଭିଡ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯିବା ସତ୍ତ୍ୱେ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲକୁ ତାଙ୍କୁ ସ୍ଥାନାନ୍ତର କରାଯାଇଥିଲା। ଦୀର୍ଘଦିନ ଆଇସିୟୁରେ ଚିକିତ୍ସିତ ହେବା ପରେ ବି ତାଙ୍କ ଅବସ୍ଥାରେ ସୁଧାର ନ ଆସିବାରୁ ଇକମୋ ଚିକିତ୍ସା ପାଇଁ ଅନ୍ୟତ୍ର ନେବାକୁ କହିଥିଲେ ଡାକ୍ତର। ମାତ୍ର ଇକମୋ ଚିକିତ୍ସା ପାଇଁ ଅର୍ଥ ବାଧକ ସାଜିଥିବା ବେଳେ ତାଙ୍କ ପତ୍ନୀ ସହାୟତା ପାଇଁ ଆକୁଳ ନିବେଦନ କରିଥିଲେ ।

ତେବେ ବହୁଆଡ଼ୁ ମଧ୍ୟ ସହାୟତାର ସୁଅ ଛୁଟିଥିଲା। ଚିକିତ୍ସା ପାଇଁ ୧ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହେବ ବୋଲି କୁହାଯାଇଥିଲା। ଏୟାରଲିଫ୍ଟିଂ ପାଇଁ ଦରକାର ପାଖାପାଖି ୩୦ଲକ୍ଷ ଟଙ୍କା ଦରକାର ଥିଲା। ପରିବାର ଲୋକ ଏତେ ଟଙ୍କା ଯୋଗାଡ଼ କରିବାରେ ଅସମର୍ଥ ହୋଇ ସହାୟତା ପାଇଁ ନିବେଦନ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ