Masthead

ନିଜ ହାତରେ ୨ ଶିଶୁଙ୍କୁ ମାରିଦେଲା ମାଆ!

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ସୈତାନ ସାଜିଲା ମାଆ । ନିଜ ହାତରେ ମାରିଦେଲା ଜନ୍ମକଲା ଛୁଆକୁ । ଏଭଳି ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଅନୁଗୁଳ ଜିଲ୍ଲା ବସଲା ପଞ୍ଚାୟତ ମୁଣ୍ଡାଢିପ ଗ୍ରାମରେ । ତିନି ମଙ୍କସର ଯାଆଁଳା ଛୁଆଙ୍କୁ କୂଅରେ ପକାଇ ମାରିଦେଇଥିବା ପରିବାର ଲୋକଙ୍କ ଅଭିଯୋଗ । ହେଲେ ମା’ କାହିଁକି ନିଜ ଦୁଇ ପିଲାଙ୍କୁ ହତ୍ୟା କଲା ସେନେଇ କିଛି ସ୍ପଷ୍ଟ ସୂଚନା ମିଳି ପାରିନାହିଁ । ପୋଲିସ ଏନେଇ ଅଧିକ ତଦନ୍ତି ଜାରି ରଖିଛି । ଗତକାଲି ରାତିରେ ଅନୁଗୁଳ ବସଲା ପଞ୍ଚାୟତ ମୁଣ୍ଡାଢିପ ସାହିରେ କୂଅରେ ଦୁଇ ଯାଆଁଳା ଶିଶୁଙ୍କ ମୃତଦେହ ମିଳିଥିଲା । ମୁଣ୍ଡାଢିପ ସାହିର ସୁନୀଲ ସାହୁ ଓ ତପସ୍ୱିନୀ ସାହୁଙ୍କ ଶିଶୁ କନ୍ୟା ଓ ଶିଶୁ ପୁତ୍ରର ମୃତଦେହ ଘର ପଛପଟ କୂଅ ଭିତରେ ମିଳିଲା । କିଏ ଓ କାହିଁକି ଶିଶୁ ଦୁଇଟିଙ୍କୁ କୂଅରେ ପକାଇଲା ବୋଲି ପୋଲିସ ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ