ଅବିବାହିତ ଯୁବକଙ୍କ ପରିବାର ନିୟୋଜନ ଅସ୍ତ୍ରୋପଚାର

ମାଲକାନଗିରି(ବଡ଼ ଖବର ବ୍ୟୁରୋ):   ମାଲକାନଗିରି ଜିଲ୍ଲା ଆମ୍ବଗୁଡା ଗାଁର ଚମ୍ପା ଦୁରୁଆଙ୍କ ସ୍ୱାସ୍ଥ୍ୟ ବିଭାଗ ଏମିତି ଖେଳ ଖେଳିଛି ଜାଣିଲେ ଆପଣ ଆଶ୍ଚର୍ୟ୍ୟ ହୋଇଯିବେ । ସ୍ୱାମୀଙ୍କ ମୃତ୍ୟୁ ପରେ ଦିବ୍ୟାଙ୍ଗ ପୁଅ ଗଙ୍ଗା ଦୁରୁଆଙ୍କୁ ନେଇ ଚମ୍ପା ଆଖିରେ ଥିଲା ଆଖିଏ ସ୍ୱପ୍ନ । ପୁଅ ବାହା କରାଇବ, ନାତି ନାତୁଣୀଙ୍କ ମେଳରେ ତାର ଶେଷ ଜୀବନ କଟିବ । ହେଲେ ସ୍ୱାସ୍ଥ୍ୟ ବିଭାଗ ନିରୀହ ସରଳ ଆଦିବାସୀ ମହିଳା ଚମ୍ପା ଦୁରୁଆଙ୍କ ସ୍ୱପ୍ନକୁ ଛଡାଇ ନେଲା ।ବାପ ଛେଉଣ୍ଡ ପୁଅ ଗଙ୍ଗା ଦୁରୁଆଙ୍କ ସରଳତାର ସୁଯୋଗ ନେଇ କିଛି ସ୍ୱାସ୍ଥ୍ୟ ବିଭାଗର କର୍ମଚାରୀ ପରିବାର ନିୟୋଜନ ଅସ୍ତ୍ରୋପଚାର କରିଥିବା ଅଭିଯୋଗ ହୋଇଛି । ସାଂଘାତିକ କଥା ହେଉଛି ଅବିବାହିତ ଗଙ୍ଗାକୁ କାଗଜପତ୍ରରେ ବିବାହିତ ଦର୍ଶାଇ ଅସ୍ତ୍ରୋପଚାର କରାଯାଇଛି ।

 

କେବଳ ପରିବାର ନିୟୋଜନ ଅସ୍ତ୍ରୋପଚାର ସଂଖ୍ୟା ବଢାଇବାକୁ ଯାଇ ସ୍ୱାସ୍ଥ୍ୟ ବିଭାଗର କର୍ମଚାରୀ ଜଣେ ନିରୀହ ଆଦିବାସୀ ପରିବାରର ବଂଶ ବୁଡାଇ ଦେଇଛନ୍ତି ।ଗତ ୩ ତାରିଖରେ ମାଥିଲି ସବଡିଭିଜନ ମେଡିକାଲ ପରିସରରେ ଘଟିଛି ଏହି ଅଭାବନୀୟ ଘଟଣା । ଅସ୍ତ୍ରୋପଚାର ପରେ କିଛି ଔଷଧ ଓ ୨ ହଜାର ଟଙ୍କା ଦେଇ ଗଙ୍ଗା ଦୁରୁଆଙ୍କୁ ଘରକୁ ପଠାଇ ଦେଇଥିଲେ । ଘଟଣା ସାମ୍ନାକୁ ଆସିବା ପରେ ଅଞ୍ଚଳରେ ଏହାକୁ ନେଇ ଚାଞ୍ଚଲ୍ୟ ଖେଳି ଯାଇଛି । ଆଦିବାସୀ ପରିବାରର ସରଳତାର ସୁଯୋଗ ନେଇ ଓ ବନ୍ଧ୍ୟାକରଣ ସଂଖ୍ୟା ବଢାଇବା ପାଇଁ ଏଭଳି ଅନ୍ୟାୟ କରିଥିବା କୁହାଯାଉଛି । ଏହାକୁ ତୀବ୍ର ବିରୋଧ କରି ସମ୍ପୃକ୍ତ କର୍ମଚାରୀଙ୍କ ବିରୋଧରେ ସ୍ଥାନୀୟ ଅଞ୍ଚଳର ଲୋକେ କାର୍ୟ୍ୟାନୁଷ୍ଠାନ ଦାବି କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’