Masthead

ଅବିବାହିତ ଯୁବକଙ୍କ ପରିବାର ନିୟୋଜନ ଅସ୍ତ୍ରୋପଚାର

ମାଲକାନଗିରି(ବଡ଼ ଖବର ବ୍ୟୁରୋ):   ମାଲକାନଗିରି ଜିଲ୍ଲା ଆମ୍ବଗୁଡା ଗାଁର ଚମ୍ପା ଦୁରୁଆଙ୍କ ସ୍ୱାସ୍ଥ୍ୟ ବିଭାଗ ଏମିତି ଖେଳ ଖେଳିଛି ଜାଣିଲେ ଆପଣ ଆଶ୍ଚର୍ୟ୍ୟ ହୋଇଯିବେ । ସ୍ୱାମୀଙ୍କ ମୃତ୍ୟୁ ପରେ ଦିବ୍ୟାଙ୍ଗ ପୁଅ ଗଙ୍ଗା ଦୁରୁଆଙ୍କୁ ନେଇ ଚମ୍ପା ଆଖିରେ ଥିଲା ଆଖିଏ ସ୍ୱପ୍ନ । ପୁଅ ବାହା କରାଇବ, ନାତି ନାତୁଣୀଙ୍କ ମେଳରେ ତାର ଶେଷ ଜୀବନ କଟିବ । ହେଲେ ସ୍ୱାସ୍ଥ୍ୟ ବିଭାଗ ନିରୀହ ସରଳ ଆଦିବାସୀ ମହିଳା ଚମ୍ପା ଦୁରୁଆଙ୍କ ସ୍ୱପ୍ନକୁ ଛଡାଇ ନେଲା ।ବାପ ଛେଉଣ୍ଡ ପୁଅ ଗଙ୍ଗା ଦୁରୁଆଙ୍କ ସରଳତାର ସୁଯୋଗ ନେଇ କିଛି ସ୍ୱାସ୍ଥ୍ୟ ବିଭାଗର କର୍ମଚାରୀ ପରିବାର ନିୟୋଜନ ଅସ୍ତ୍ରୋପଚାର କରିଥିବା ଅଭିଯୋଗ ହୋଇଛି । ସାଂଘାତିକ କଥା ହେଉଛି ଅବିବାହିତ ଗଙ୍ଗାକୁ କାଗଜପତ୍ରରେ ବିବାହିତ ଦର୍ଶାଇ ଅସ୍ତ୍ରୋପଚାର କରାଯାଇଛି ।

 

କେବଳ ପରିବାର ନିୟୋଜନ ଅସ୍ତ୍ରୋପଚାର ସଂଖ୍ୟା ବଢାଇବାକୁ ଯାଇ ସ୍ୱାସ୍ଥ୍ୟ ବିଭାଗର କର୍ମଚାରୀ ଜଣେ ନିରୀହ ଆଦିବାସୀ ପରିବାରର ବଂଶ ବୁଡାଇ ଦେଇଛନ୍ତି ।ଗତ ୩ ତାରିଖରେ ମାଥିଲି ସବଡିଭିଜନ ମେଡିକାଲ ପରିସରରେ ଘଟିଛି ଏହି ଅଭାବନୀୟ ଘଟଣା । ଅସ୍ତ୍ରୋପଚାର ପରେ କିଛି ଔଷଧ ଓ ୨ ହଜାର ଟଙ୍କା ଦେଇ ଗଙ୍ଗା ଦୁରୁଆଙ୍କୁ ଘରକୁ ପଠାଇ ଦେଇଥିଲେ । ଘଟଣା ସାମ୍ନାକୁ ଆସିବା ପରେ ଅଞ୍ଚଳରେ ଏହାକୁ ନେଇ ଚାଞ୍ଚଲ୍ୟ ଖେଳି ଯାଇଛି । ଆଦିବାସୀ ପରିବାରର ସରଳତାର ସୁଯୋଗ ନେଇ ଓ ବନ୍ଧ୍ୟାକରଣ ସଂଖ୍ୟା ବଢାଇବା ପାଇଁ ଏଭଳି ଅନ୍ୟାୟ କରିଥିବା କୁହାଯାଉଛି । ଏହାକୁ ତୀବ୍ର ବିରୋଧ କରି ସମ୍ପୃକ୍ତ କର୍ମଚାରୀଙ୍କ ବିରୋଧରେ ସ୍ଥାନୀୟ ଅଞ୍ଚଳର ଲୋକେ କାର୍ୟ୍ୟାନୁଷ୍ଠାନ ଦାବି କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା