ସରକାରଙ୍କ ବାରଣ ସତ୍ତ୍ୱେ କୁନି କୁନି ଛାତ୍ରଛାତ୍ରୀଙ୍କୁ ନେଇ ସ୍କୁଲରେ ବିଦାୟକାଳୀନ ସଭା

ଯାଜପୁର (ବଡ଼ ଖବର ବ୍ୟୁରୋ): ଗ୍ରୀଷ୍ମ ପ୍ରଭାବକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ଶିକ୍ଷାନୁଷ୍ଠାନ ଗୁଡିକୁ ଏପ୍ରିଲ ୨୫ ତାରିଖରୁ ଛୁଟି ଘୋଷଣା କରିଛନ୍ତି । କିନ୍ତୁ ଯାଜପୁର ବ୍ଲକ ଅଧୀନ କପାସି ପ୍ରାଇମେରୀ ସ୍କୁଲର ପ୍ରଧାନ ଶିକ୍ଷୟତ୍ରୀଙ୍କ ଅବସର ବିଦାୟ କାଳୀନ ସଭାରେ ଛୋଟ ଛୋଟ ଛାତ୍ରଛାତ୍ରୀଙ୍କୁ ଡାକି ସଭା ଓ ନାଚ ଗୀତ କରୁଥିବାର ଦେଖିବାକୁ ମିଳିଛି ।

ଏହି ବିଦାୟକାଳୀନ ସଭାରେ କପାସି ପ୍ରାଇମେରୀ ସ୍କୁଲର ସମସ୍ତ ଶିକ୍ଷକ, କପାସି ସିଆରସି, ଅବସର ପ୍ରାପ୍ତ ସିଆରସି, କପାସି ହାଇସ୍କୁଲର ପ୍ରଧାନ ଶିକ୍ଷକ ଓ ସାନସୁଆର ପଞ୍ଚାୟତର ସରପଞ୍ଚ ପ୍ରଭୁତି ଉପସ୍ଥିତ ଥିଲେ । ସିଆରସି କପାସି କହିଛନ୍ତି ଯେ ଜିଲ୍ଲାପାଳଙ୍କ ଠାରୁ ଅନୁମତି ଆଣି ବିଦାୟ କାଳୀନ ସଭା ହେଉଛି । ତେବେ ଜିଲ୍ଲାପାଳ କିପରି ସରକାରଙ୍କ ନିଦେ୍ର୍ଦଶକୁ ଅବମାନନା କରି ଅନୁମତି ପ୍ରଦାନ କଲେ ବୋଲି ସାଧାରଣରେ ପ୍ରଶ୍ନ ଉଠିଛି । ସେପଟେ ଜିଲ୍ଲା ଶିକ୍ଷାଧିକାରୀ କହିଛନ୍ତି ସରକାରଙ୍କ ଆଦେଶକୁ ଅବମାନନା ଉପରେ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’