Masthead

ପଞ୍ଚଭୂତରେ ବିଲୀନ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସରିଲା ଅନ୍ତିମ ସଂସ୍କାର। ପଞ୍ଚଭୂତରେ ଲୀନ ହେଲେ ଦିବଙ୍ଗତ ପ୍ରଧାନମନ୍ତ୍ରୀ ମନମୋହନ ସିଂହ। ନୂଆଦିଲ୍ଲୀ ନିଗମବୋଧ ଘାଟରେ ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ମନମୋହନ ସିଂହଙ୍କ ଅନ୍ତିମ ସଂସ୍କାର ସମ୍ପୂର୍ଣ୍ଣ ହୋଇଛି। ପୂର୍ଣ୍ଣ ସେନା ସମ୍ମାନ ସହ ଶେଷକୃତ୍ୟ କରାଯାଇଛି । ସ୍ଥଳସେନା, ବାୟୁସେନା ଓ ନୌସେନା ତରଫରୁ ମନମୋହନ ସିଂହଙ୍କୁ ସଲାମି ଦିଆଯାଇଛି। ଶିଖ ରୀତିନୀତି ଅନୁସାରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି। ଏହି ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହୋଇ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ ।

ଏଥିସହ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଅମିତ ଶାହା, ଜେପି ନଡ୍ଡା, କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, ରାହୁଲ ଗାନ୍ଧି, ସୋନିଆ ଗାନ୍ଧି ସମେତ ବହୁ ବଡ଼ ବଡ଼ ନେତା ଏଥିରେ ଯୋଗ ଦେଇଥିଲେ। ଡ.ମନମୋହନ ସିଂହଙ୍କୁ ଶେଷ ଦର୍ଶନ କଲେ ଭୁଟାନ ରାଜା । ମରିସସର ବୈଦେଶିକ ମନ୍ତ୍ରୀ ଶେଷ ଦର୍ଶନ କଲେ । ସକାଳୁ ମନମୋହନଙ୍କ ପାର୍ଥିବ ଶରୀରକୁ ଶୋଭାଯାତ୍ରାରେ କଂଗ୍ରେସ ମୁଖ୍ୟାଳୟକୁ ନିଆଯିବା ସହ ସେଠାରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଇଥିଲା। ଏହାପରେ ଶୋଭାଯାତ୍ରାରେ ନିଗମବୋଧ ଘାଟକୁ ପାର୍ଥିବ ଶରୀର ନିଆଯାଇଥିଲା। ସେଠାରେ ରାଷ୍ଟ୍ରୀୟ ମର୍ୟ୍ୟାଦା ସହ ଶେଷକୃତ୍ୟ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼