Masthead

ପ୍ରଧାନଶିକ୍ଷକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ବାହାନଗା (ବଡ଼ ଖବର ବ୍ୟୁରୋ): ପ୍ରଧାନଶିକ୍ଷକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା । ବାହାନଗା ବ୍ଲକ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୀତାକାନ୍ତ ତ୍ରିପାଠୀଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ବାହାନଗା ବିଡିଓ ରବୀନ୍ଦ୍ର ସେଠୀ ସଭାକୁ ଉଦଘାଟନ କରି ଉନ୍ନତ ଶିକ୍ଷକ ଛାତ୍ର ଛାତ୍ରୀଙ୍କ ପଥପଦର୍ଶକ ସାଜି ଉଜ୍ୱଳ ଭବିଷ୍ୟତ ତିଆରି କରିବାକୁ ନିବେଦନ କରିଥିଲେ। ଉକ୍ତ ସଭାରେ ମୁଖ୍ୟବକ୍ତା ଭାବେ ଏବିଇଓ ରୋହିଆ ଟୁଡୁ, ସଭାପତି ଶ୍ୟାମସୁନ୍ଦର ଭୋଇ, ସମ୍ମାନିତ ଅତିଥି ସିଆରସିସି କାମାକ୍ଷା ପ୍ରସାଦ ଦାଶ, ବରିଷ୍ଠ ନାଗରିକ ରମାକାନ୍ତ ପଣ୍ଡା ପ୍ରମୁଖ ଯୋଗଦେଇ ବିଦାୟୀ ଶିକ୍ଷକ ସୀତାକାନ୍ତ ତ୍ରିପାଠୀଙ୍କ ବାବଦରେ ବହୁମୂଲ୍ୟ ବକ୍ତବ୍ୟ ରଖିଥିଲେ। ଶେଷରେ ଛାତ୍ର ଛାତ୍ରୀ ମାନେ ବିଦାୟୀ ପ୍ରଧାନଶିକ୍ଷକଙ୍କୁ ଏକ ପାଲିଙ୍କିରେ ବସାଇ ବିରାଟ ଶୋଭା ଯାତ୍ରା ରେ ଗୋପାଳପୁର ବଜାର ପରିକ୍ରମା କରି ବିଦାୟ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା