Masthead

ଯୋଜନାରୁ ବଞ୍ଚିତ ଚାଷୀ

ଗଣିଆ, (ବଡ଼ ଖବର ବ୍ୟୁରୋ): କୃଷି ଓ କୃଷକର ଉନ୍ନତି ପାଇଁ ସରକାର କୃଷିନୀତି ପ୍ରଣୟନ କରିବା ସହ ମାଳ ମାଳ ଯୋଜନା କରିବାରେ ଲାଗିଛନ୍ତି। ହେଲେ ଏହି ସବୁ ଯୋଜନା ପ୍ରକୃତ ହିତାଧିକାରୀଙ୍କ ପାଖରେ ପହଞ୍ଚୁଛି କି ନାହିଁ ତାହା ଦେଖିବାକୁ କେହି ନାହାନ୍ତି। ଏପରି ଘଟଣା ଦେଖିବାକୁ ମିଳିଛି ନୟାଗଡ଼ ଜିଲ୍ଲା ଗଣିଆ ବ୍ଲକରେ। ବ୍ଲକର କେତେକ ଅସାଧୁ କର୍ମଚାରୀଙ୍କ ପାଇଁ ଏହି ସବୁ ଯୋଜନା ଆବଶ୍ୟକ ସମୟରେ ଚାଷୀମାନଙ୍କ ପାଖରେ ପହଞ୍ଚି ପାରୁ ନ ଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ବର୍ଷ ବର୍ଷ ଧରି ଚାଷୀ ଫସଲବୀମା କ୍ଷତିପୂରଣ ପାଇନାହାନ୍ତି। କ୍ଷତିପୂରଣ ପାଇବାକୁ ହେଲେ ହତଗୁଞ୍ଜା ଦେବାକୁ ପଡୁଥିବା ଅଭିଯୋଗ ହେଉଛି। ମଙ୍ଗଳବାର ପୂର୍ବାହ୍ନରେ ଛାମୁଣ୍ଡିଆ ପଞ୍ଚାୟତର ଶତାଧିକ ଚାଷୀ କୃଷି ସୂଚନା ଓ ପରାମର୍ଶ କେନ୍ଦ୍ର ନିକଟରେ ପହଞ୍ଚି ଲିଖିତ ଅଭିଯୋଗ କରିବା ସହ କୃଷକସାଥୀଙ୍କୁ ତୁରନ୍ତ ବହିଷ୍କାର କରିବା ପାଇଁ ସହକାରୀ କୃଷି ଅଧିକରୀ ଆଶିଷ କୁମାର ମେହେରଙ୍କ ନିକଟରେ ଦାବି କରିଛନ୍ତି। ତେବେ ଗଣିଆ ବ୍ଲକରେ କୃଷକମାନଙ୍କ ପ୍ରତି ଏଭଳି ଚରମ ଅବହେଳା ଓ ବିଭାଗୀୟ ଅଧିକାରୀଙ୍କ ଅପାରଗତାକୁ ସାଧାରଣରେ ତୀବ୍ର ନିନ୍ଦା କରାଯିବା ସହ ଜିଲ୍ଲାପାଳ ଏଥିରେ ହସ୍ତକ୍ଷେପ କରିବା ପାଇଁ ଦାବି ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା