ପୁଣି ରାଜରାସ୍ତାରେ ଚାଷୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ରାଜରାସ୍ତାରେ ଚାଷୀ । ବଢ଼ିଲା ପଞ୍ଜାବ ସରକାରଙ୍କ ଚିନ୍ତା । ଜେପି ନଡ୍ଡାଙ୍କୁ ଭେଟି ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ଭଗବନ୍ତ ସିଂହ ମାନ । ଡିଏପି ସାର ଯୋଗାଣ ଜାରି ରଖିବାକୁ କେନ୍ଦ୍ରର ପ୍ରତିଶ୍ରୁତି । ଶନିବାର ଆରମ୍ଭ ହୋଇଥିବା ଆନ୍ଦୋଳନ ଆଜି ଦ୍ୱିତୀୟ ଦିନରେ ପହଞ୍ଚିଛି । ଠିକ୍ ସମୟରେ ଧାନ କିଣା ସମେତ ନଡ଼ା ପୋଡ଼ିବା ପାଇଁ କୃଷକଙ୍କ ବିରୋଧରେ ପୁଲିସର କାର୍ଯ୍ୟାନୁଷ୍ଠାନକୁ ବିରୋଧ କରାଯାଇଛି ।

ଶହଶହ କୃଷକ ରାଜରାସ୍ତାକୁ ଓହ୍ଲାଇବା ସହ ସରକାରଙ୍କୁ ପ୍ରତିବାଦ ଜଣାଇଛନ୍ତି । ତେବେ ଦାବି ପୂରଣ ନ ହେବା ଯାଏ ଏହି ଆନ୍ଦୋଳନ ଜାରି ରହିବ ବୋଲି ଚେତାବନୀ ଦେଇଛନ୍ତି ଚାଷୀ । ତୁରନ୍ତ ଚାଷୀଙ୍କ ସମସ୍ୟାର ସମାଧାନ ନହେଲେ ରାଜ୍ୟର ସଙ୍ଗରୁର, ଭଟିଣ୍ଡା, ମୋଗା, ବଟାଲା ଓ ଗୁରୁଦାସପୁରରେ ଚକା ଜାମ୍ କରାଯିବ ବୋଲି ମଧ୍ୟ ଚେତାଇ ଦେଇଛନ୍ତି ଚାଷୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ