ରାଜରାସ୍ତାରେ ଚାଷୀ

ସମ୍ବଲପୁର/ଅତାବିରା, (ବଡ଼ ଖବର ବ୍ୟୁରୋ): କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ରାଜରାସ୍ତାକୁ ଓହ୍ଲାଇଛି କୃଷକ ସଂଘ । ୫୫ ଓ ୫୩ନମ୍ବର ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି ଚାଷୀ । କୄଷକ ସଂଗଠନ ପକ୍ଷରୁ ସମ୍ବଲପୁର – କଟକ ୫୫ ନମ୍ବର ଜାତୀୟ ରାଜପଥ ଅବରୋଧ କରାଯାଇଥିବା ବେଳେ ବରଗଡ଼ ଜିଲ୍ଲା ଅତାବିରାର ଚାଷୀଙ୍କ ଦ୍ୱାରା ୫୩ ନମ୍ବର ଜାତୀୟ ରାଜପଥ ଅବରୋଧ କରାଯାଇଛି ।

କେନ୍ଦ୍ର ସରକାରଙ୍କ ଦ୍ଵାରା ପାସ ହୋଇଥିବା କୃଷି ଆଇନରେ ଥିବା ଠିକାଚାଷ ବ୍ୟଵସ୍ଥା, ଅତ୍ୟାବଶ୍ୟକ ସାମଗ୍ରୀ ଆଇନରେ ପରିବର୍ତ୍ତନ ଓ ଘରୋଇ ମଣ୍ଡି ବ୍ୟବସ୍ଥାକୁ ଚାଷୀ ବିରୋଧ କରୁଛନ୍ତି । ସଂଶୋଧିତ ଆଇନ ଉଭୟ କୃଷକ ଓ ଖାଉଟି ବିରୋଧୀ ବୋଲି ଚାଷୀମାନେ କହିଛନ୍ତି।

ଜମି ମାଲିକାନାକୁ ଅକ୍ଷୁର୍ଣ୍ଣ ରଖି ଭାଗଚାଷୀଙ୍କୁ ଆଇନଗତ ମାନ୍ୟତା, ସରକାରୀ ମଣ୍ଡି ବ୍ୟବସ୍ଥାକୁ ମଜବୁତ ଓ ସଂଖ୍ୟା ବୃଦ୍ଧି ଆଦି ଦାବି ରଖିଛି ଚାଷୀ ସଂଗଠନ। ପ୍ରତିବାଦରେ ସମ୍ବଲପୁର ଜିଲ୍ଲା କୄଷକ ସଂଗଠନ ପକ୍ଷରୁ ଗୁରୁବାର ୧୧ ଟାରୁ ୧୨ ପର୍ଯ୍ୟନ୍ତ ଦୀର୍ଘ ଏକ ଘଣ୍ଟା ରାଜପଥ ଅବରୋଧ କରାଯାଇଥିଲା । ପଶ୍ଚିମ ଓଡିଶା କୄଷକ ସଂଗଠନର ଆବାହକ ଅଶୋକ ପ୍ରଧାନଙ୍କ ସମେତ ଜିଲ୍ଲାର ବହୁ କୃଷକନେତା ଏହି ଆନ୍ଦୋଳନରେ ଯୋଗଦେଇଥିଲେ । ଆଗାମୀ ଦିନରେ ଦାବି ପୂରଣ ନ ହେଲେ ଆନ୍ଦୋଳନ ତୀବ୍ର ହେବ ବୋଲି କୄଷକ ସଂଗଠନ ପକ୍ଷରୁ ଚେତାବନୀ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’