Masthead

ରାସ୍ତାରେ ଚାଷୀ

କୁଚିଣ୍ଡା(ବଡ଼ ଖବର ବ୍ୟୁରୋ): ଚାଷୀଙ୍କ ରାସ୍ତାରୋକ । ରାଜ୍ୟ ସରକାର ଧାନ କିଣାରେ ସ୍ୱଚ୍ଛତା ଆଣିବା ପାଇଁ ଟୋକନ ବ୍ୟବସ୍ଥା କରିଛନ୍ତି । ଏହି ଟୋକନ ବ୍ୟବସ୍ଥାରେ ଛନ୍ଦି ହୋଇଛନ୍ତି ଚାଷୀ । ସମ୍ବଲପୁର ଜିଲ୍ଲା କୁଚିଣ୍ଡା ବ୍ଲକ ସାଲେଭାଡି ଧାନକିଣା ହୋଇଥିବାରୁ ପରବର୍ତ୍ତୀ ମଣ୍ଡି ଆସନ୍ତା ଶନିବାର ବସିବ । ଧାନ ଟୋକନ ଧାର୍ଯ୍ୟ ତାରିଖରୁ ୧ ମାସ ଅବଧି ପରେ ଲ୍ୟାପସ ହୋଇଥାଏ । ଚାଷୀଙ୍କ ଟୋକନ ଅବଧି ଶେଷ ହେବାକୁ ଅଛି, ଧାନ ବିକ୍ରି ନେଇ ଅନିଶ୍ଚତତା ଦେଖାଦେଉଛି । ଚାଷୀମାନେ ଆନ୍ଦୋଳନ କରି କୁଚିଣ୍ଡା ଗୁଦଗୁଦା ମୁଖ୍ୟ ରାସ୍ତାକୁ ଅବରୋଧ କରିଛନ୍ତି । ଘଟଣାସ୍ଥଳରେ କୁସୁମୀ ଫାଣ୍ଡି ଅଧିକାରୀ ଓ ସମବାୟ ସମିତି ଶାଖା ପରିଚାଳକ ପହଁଚି ଚାଷୀଙ୍କୁ ବୁଝାସୁଝା କରିଥିଲେ । ଅବଧି ଶେଷ ହୋଇଥିବା ଚାଷୀଙ୍କ ଧାନ କିଣିବା ନେଇ ପ୍ରତିଶ୍ରୁତି ଦେବା ପରେ ଚାଷୀ ଆନ୍ଦୋଳନରୁ ଓହରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଣି ଅନଲାଇନରେ ମହାପ୍ରସାଦ ବିକ୍ରି 🔴 ସାଲାଇନ ଦେଉଛନ୍ତି ସଫେଇ କର୍ମଚାରୀ  🔴 ‘ପୋଲିସ ଷ୍ଟେଟମେଣ୍ଟ ବଦଳାଇଛି’ 🔴 ଉପ ମୁଖ୍ୟମନ୍ତ୍ରୀଙ୍କ ୨ଟି ଭୋଟର କାର୍ଡକୁ ନେଇ ରାଜନୀତି ସରଗରମ 🔴 ପୁଣି କରଞ୍ଜିଆରେ ହାତୀ ଭୟ 🔴 ଅନ୍ଧବିଶ୍ୱାସ ପାଇଁ ଗାଁ ଛାଡ଼ିଲେ ପରିବାର 🔴 ରାକ୍ଷୀ ପୂର୍ଣ୍ଣିମାରେ ବାଣିଜ୍ୟ ଓ ପରିବହନ ବିଭାଗର ଅଭିନବ ପ୍ରୟାସ 🔴 ଜମିବାଡ଼ି ପାଇଁ ମାଆର ଜୀବନ ନେଲା ପୁଅ 🔴 ୧୩ ରେ ଲଘୁଚାପ ! 🔴 ପୁଣି ଆସୁଛି ଲଘୁଚାପ ! 🔴 ପୁଣି ଅନଲାଇନରେ ମହାପ୍ରସାଦ ବିକ୍ରି 🔴 ସାଲାଇନ ଦେଉଛନ୍ତି ସଫେଇ କର୍ମଚାରୀ  🔴 ‘ପୋଲିସ ଷ୍ଟେଟମେଣ୍ଟ ବଦଳାଇଛି’ 🔴 ଉପ ମୁଖ୍ୟମନ୍ତ୍ରୀଙ୍କ ୨ଟି ଭୋଟର କାର୍ଡକୁ ନେଇ ରାଜନୀତି ସରଗରମ 🔴 ପୁଣି କରଞ୍ଜିଆରେ ହାତୀ ଭୟ 🔴 ଅନ୍ଧବିଶ୍ୱାସ ପାଇଁ ଗାଁ ଛାଡ଼ିଲେ ପରିବାର 🔴 ରାକ୍ଷୀ ପୂର୍ଣ୍ଣିମାରେ ବାଣିଜ୍ୟ ଓ ପରିବହନ ବିଭାଗର ଅଭିନବ ପ୍ରୟାସ 🔴 ଜମିବାଡ଼ି ପାଇଁ ମାଆର ଜୀବନ ନେଲା ପୁଅ 🔴 ୧୩ ରେ ଲଘୁଚାପ ! 🔴 ପୁଣି ଆସୁଛି ଲଘୁଚାପ !