Masthead

ଚାଷୀଙ୍କ ବିକ୍ଷୋଭ

ବୋଲଗଡ଼ (ବଡ଼ ଖବର ବ୍ୟୁରୋ): ସମ୍ପାଦକଙ୍କ ମନୋମୁଖି କାର୍ଯ୍ୟ ଆଭିଯୋଗରେ ସମିତି ସମ୍ମୁଖରେ ଚାଷୀଙ୍କ ବିକ୍ଷାଭ । ଖୋର୍ଦ୍ଧା ଜିଲା ବୋଲଗଡ ବ୍ଲକ ଶ୍ରୀଚନ୍ଦନପୁର ପାଟ୍ଟଣା ପ୍ରାଥମିକ କୃଷି ସେବା ସମବାୟ ସମିତି ସମ୍ମୁଖରେ ଚାଷୀମାନେ ସମ୍ପାଦକଙ୍କ ମନମାନି କାର୍ଯ୍ୟକୁ ବିରୋଧ କରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଶ୍ରୀଚନ୍ଦନପୁର ପାଟ୍ଟଣା ସେବା ସମବାୟ ସମିତିରେ ଚାଷୀ କମିିଟି ଗଠନ ହେବା ପାଇଁ ସଭା ବସିଥିଲା । କେତେକ ଅଣଚାଷୀ ଗୋଷ୍ଠି ଆସି ବ୍ୟାପକ ହୋହାଲା କରିଥିଲେ ।

ଏପରିକି ୨ଗୋଷ୍ଠି ମଧ୍ୟରେ ଧସ୍ତାଧସ୍ତି ହେବା ସହ ସମବାୟ କର୍ମଚାରୀଙ୍କୁ ତାଲା ପକାଇଦେଇଥିଲେ । ଯାହାଫଳରେ ଚାଷୀ କମିଟି ଗଠନ ହୋଇପାରିନଥିଲା । ଏନେଇ ଉପସ୍ଥିତ ଚାଷୀ ମାନଙ୍କ ମଧ୍ୟରେ ତିବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା । ଖବର ପାଇ ବାଙ୍କୋଇ ଫାଣ୍ଡି ପୋଲସ ପହଂଚି ଚାଷୀ ମାନଙ୍କୁ ବୁଝାସୁଝା କରିଥିଲା । ପରେ ସଭା ସ୍ଥଗିତ ରହିଥିଲା । ତେବେ ଆଗାମି ଦିନରେ ଯଦି ଏଭଳି ସମିତିରେ ମନୋମୁଖି କାର୍ଯ୍ୟ ହେବ ତାହାହେଲେ ଚାଷୀ ମାନେ ଗଣତାନ୍ତ୍ରିକ ପଦ୍ଧତିରେ ଆନ୍ଦୋଳନାତ୍ମକ ପନ୍ଥା ବାଛିନେବେ ବୋଲି ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ