Masthead

କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି: ଚାଷୀ ପାଇବେ ଏକ ଲକ୍ଷ କୋଟି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ସ୍ୱାସ୍ଥ୍ୟ ଓ କୃଷି କ୍ଷେତ୍ର ପାଇଁ କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି । କୃଷି ଏବଂ ସ୍ୱାସ୍ଥ୍ୟ କ୍ଷେତ୍ର ପାଇଁ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କେନ୍ଦ୍ର ସରକାର ଘୋଷଣା କରିଛନ୍ତି । ଏପିଏମସି ଜାରି ରହିବା ସହ ମଣ୍ଡି ମାଧ୍ୟମରେ ଏକ ଲକ୍ଷ କୋଟି ଟଙ୍କା ଚାଷୀଙ୍କୁ ଦେବା ପାଇଁ ନିଷ୍ପତ୍ତି ନିଆଯାଇଛି । ଏହା ଆତ୍ମନିର୍ଭର ଭାରତ ଯୋଜନା ମଧ୍ୟ ଲାଭ ମିଳିବ ବୋଲି କେନ୍ଦ୍ର ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର କହିଛନ୍ତି । ଯେଉଁ ଚାଷୀ ମାନେ ଆନ୍ଦୋଳନରତ ଅଛନ୍ତି ସେମାନଙ୍କୁ ମଧ୍ୟ ଏପିଏମସି ଜରିଆରେ ସିଧାସଳଖ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ଦିଆଯାଇଛି ।

ସ୍ୱାସ୍ଥ୍ୟ କ୍ଷେତ୍ର ପାଇଁ ମଧ୍ୟ କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । ୨୩ ହଜାର ୧୦୦ କୋଟି ଟଙ୍କା ଇମର୍ଜେନ୍ସି ପ୍ୟାକେଜ ଘୋଷଣା କରିଛନ୍ତି ସରକାର । ଏହି ଅର୍ଥ କେନ୍ଦ୍ର ଓ ରାଜ୍ୟର ମିଳିତ ଉଦ୍ୟମରେ ଦିଆଯିବ । ଏଥିରେ କୋଭିଡ ହସ୍ପିଟାଲ ଓ ଆବଶ୍ୟକ ଭିତ୍ତିଭୂମିରେ ଆବଶ୍ୟକ ବ୍ୟବସ୍ଥା କରାଯିବ । କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ପରିବର୍ତ୍ତନ କରାଯିବା ପରେ ନୂଆ ଦାୟିତ୍ବ ନେଇଥିବା ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁରଙ୍କ ଅଧ୍ୟକ୍ଷତାରେ ସାମ୍ବାଦିକ ସମ୍ମିଳନୀରେ ଏହି ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ