Masthead

ରାଜଧାନୀରେ ମର୍ମନ୍ତୁଦ ଦୁର୍ଘଟଣା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜଧାନୀ ଭୁବନେଶ୍ଵରରେ ମର୍ମନ୍ତୁଦ ଦୁର୍ଘଟଣା । ବିଳମ୍ବିତ ରାତିରେ ଦୁର୍ଘଟଣା । ୨ ବୁଲେଟ୍ ଆରୋହୀ ମୃତ  ।ରେଣ୍ଟାଲ କଲୋନୀ ଫାୟାର ଷ୍ଟେସନ ରାସ୍ତାରେ ଦୁର୍ଘଟଣା । ଭାରସାମ୍ୟ ହରାଇ ବିଦ୍ୟୁତ ଖୁଣ୍ଟ, ଗଛ ଓ କାର୍‌କୁ ଧକ୍କା ଦେଲା ବୁଲେଟ୍‌ । ହଠାତ୍ ସ୍ପିଡ ବ୍ରେକର ଆସିଯିବାରୁ ଭାରସାମ୍ୟ ହରାଇଲେ ବୁଲେଟ ଚାଳକ । ଇଲେକ୍ଟ୍ରିକ୍ ପୋଲ, ଗଛ ଏବଂ ପାର୍କିଂରେ ଥିବା କାର୍‌ରେ ପିଟିହେଲା ଗାଡ଼ି ।

ଘଟଣା ସ୍ଥଳରେ ଚାଲିଗଲା ୨ ଜଣଙ୍କ ଜୀବନ । ଷ୍ଟୁଡିଓ ଛକରୁ ଫାୟର ଷ୍ଟେସନ୍ ଯିବା ବେଳେ କେ.ଭି. ୨ ପାଖରେ ଘଟିଛି ଦୁର୍ଘଟଣା । ମୃତକ ଦୁଇ ଯୁବକ ହେଲେ ଦେବୀ ପ୍ରସାଦ ପରିଡା ଏବଂ ଅନ୍ଵେସ ସତ୍ୟଦର୍ଶନ ଦାସ । ଉଭୟ ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଛାତ୍ର ହୋଇଥିବା ସୂଚନା । ସେପଟେ ନୟାପଲ୍ଲୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

ସୂଚନା ମୁତାବକ, ୨ ଜଣ ଯୁବକ ବିଳମ୍ୱିତ ରାତିରେ ଏକ ବୁଲେଟ୍‌ ହାଇ ସ୍ପିଡ୍‌ରେ ଚଲାଇ କେଭି-୨ ନିକଟରେ ଯାଉଥିଲେ । ଷ୍ଟୁଡିଓ ଛକରୁ ଫାୟର ଷ୍ଟେସନ୍ ଯିବା ବେଳେ କେ.ଭି. ୨ ନିକଟରେ ଭାରସାମ୍ୟ ହରାଇଥିଲା ଗାଡି । ସେହି ସମୟରେ ଗାଡିର ବେଗ ଅଧିକ ଥିବାରୁ ପ୍ରଥମେ ଇଲେକ୍ଟ୍ରିକ୍ ପୋଲ ସହ ଗାଡ଼ିଟି ଧକ୍କା ହୋଇଥିଲା । ପରେ ଏକ ଗଛ ଓ ପାର୍କିଂରେ ଥିବା କାର୍ ସହ ପିଟି ହୋଇଥିଲେ । ଫଳରେ ଘଟଣା ସ୍ଥଳରେ ହିଁ ଦୁଇଜଣଙ୍କ ମୃତ୍ୟୁ ହୋଇଛି । ଏସମ୍ପର୍କରେ ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା