Masthead

ବିହାରରେ ଭୟଙ୍କର ସଡକ ଦୁର୍ଘଟଣା; ୮ ମୃତ

ପାଟନା (ବଡ଼ ଖବର ବ୍ୟୁରୋ):  ବିହାରର ଲାଖିସରାୟରେ ଭୟଙ୍କର ସଡ଼କ ଦୁର୍ଘଟଣା ।  ୮ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ, ୭ ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ପୋଲିସ ମୃତଦେହକୁ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି । ସୂଚନାନୁସାରେ, ଲାଖିସରାୟ ଜିଲ୍ଲାର ରାମଗଡ ଥନା ଅଧୀନ ଜାତୀୟ ରାଜପଥ ୩୦ ଲଖିସରାୟ-ସିକନ୍ଦ୍ରାର ମୁଖ୍ୟ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି ।

ଏକ ଅଜଣା ଗାଡି ଅଟୋକୁ ଧକ୍କା ଦେଇଥିଲା, ଯାହାଫଳରେ ଅଟୋ ଟି ଖଣ୍ଡ ଖଣ୍ଡ ହୋଇଯାଇଥିଲା । ମୋଟ ୧୫ ଜଣ ଲୋକ ଏକ ଅଟୋରେ ଯାତ୍ରା କରୁଥିଲେ ।  ନିକଟସ୍ଥ ଲୋକମାନେ ଏହା ଦେଖି ପୋଲିସକୁ ସୂଚନା ଦେଇଥିଲେ । ଆହତଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି । ମୃତାହତଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା ମିଳିପାରିନଥିବାବେଳେ ତଦନ୍ତ ଆରମ୍ଭ କରିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ