Masthead

ମଧ୍ୟପ୍ରଦେଶ ସାଗର ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା

ମଧ୍ୟପ୍ରଦେଶ(ବଡ଼ ଖବର ବ୍ୟୁରୋ): ମଧ୍ୟପ୍ରଦେଶର ସାଗର ଜିଲ୍ଲାରେ ମମର୍ନ୍ତୁଦ ସଡକ ଦୁର୍ଘଟଣା ହୋଇଛି । କାରକୁ ବସ୍  ଧକ୍କା ଦେବା ଫଳରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଦୁର୍ଘଟଣାସ୍ଥଳରୁ ଟ୍ରକ ଡ୍ରାଇଭର ଫେରାର ହୋଇଯାଇଛନ୍ତି ।

ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ପୋଲିସ ଟିମ୍ ଘଟଣାସ୍ଥଳରେ ପହଞ୍ଚିଥିଲା, କିନ୍ତୁ ଟିମ୍ ପହଞ୍ଚିବା ବେଳକୁ ଟ୍ରକ୍ ଡ୍ରାଇଭର ଘଟଣାସ୍ଥଳରୁ ପଳାଇ ଯାଇଥିଲେ । କାରର ମାଲିକ ଅତୁଲ ଦୁବେଙ୍କର ଅଟନ୍ତି । ଏଥିରେ ତାଙ୍କ ପୁଅ ଅମରଦୀପ ଗୁରୁତର ଆହତ ହୋଇଥିଲେ । ଅମରଦୀପ ହେଉଛନ୍ତି କଂଗ୍ରେସ ନେତା ତଥା ପୂର୍ବ ପ୍ରଦେଶ ଉପାଧ୍ୟକ୍ଷ ଅମିତ ରାମଜୀ ଦୁବେଙ୍କ ଭଣଜା। ଆହତ ଅମରଦୀପଙ୍କୁ ସାଗରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

କାରରେ ଯାଉଥିବା ସମସ୍ତଙ୍କର ମୃତ୍ୟୁ ହୋଇଛି । କାରରେ ଡ୍ରାଇଭରଙ୍କ ସମେତ ୭ ଜଣ ଥିଲେ । ମିଳିଥିବା ସୂଚନା ଅନୁଯାୟୀ, ଗାଡି ସାଗର ପାର୍ଶ୍ୱରୁ ଗଢାକୋଟା ଆଡକୁ ଯାଉଥିବାବେଳେ ଗାଡକୋଟା ପାର୍ଶ୍ୱରୁ ସାଗର ଆଡକୁ ଏକ ଟ୍ରକ୍ ଆସୁଥିଲା । ଫଳରେ କାର ଓ ଟ୍ରକ ମୁହାଁମୁହିଁ ଧକ୍କା ହୋଇଥିଲେ । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ କାରର ଷ୍ଟିଅରିଂ ଭାଙ୍ଗିଯାଇଛି । ଏହି ଦୁର୍ଘଟଣାରେ କାରରେ ଥିବା ୪ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ଆଉ ଦୁଇଜଣଙ୍କୁ ହସ୍ପିଟାଲ ନେବା ବାଟରେ ମୃତ୍ୟୁ ହୋଇଥିଲା । ତେବେ କାରକୁ କାଟି ଫସିଥିବା ବ୍ୟକ୍ତିଙ୍କୁ ଉଦ୍ଧାର କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ