Masthead

ବାପାର ତଣ୍ଟି କାଟି ପୁଅ ଫେରାର

 

ପୋଲସରା (ବଡ଼ ଖବର ବ୍ୟୁରୋ):ନିଜ ଜନ୍ମ କଲା ବାପାର ତଣ୍ଟି କାଟିଛି ପୁଅ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ବୁଗୁଡା ରେ। ଗୁରୁବାର ଅପରାହ୍ନରେ ବ୍ୟାଘ୍ରଦେବୀ ସାହିର ସୁରେନ୍ଦ୍ର ପ୍ରଧାନଙ୍କୁ କୌଣସି କାରଣ ରୁ  ନିଜ ପୁଅ ଧୋବା ଏକ ଧାରୁଆ ଛୁରୀରେ ତଣ୍ଟିକୁ କାଟି ଫେରାର ହୋଇଯାଇଛି । ରକ୍ତ ଜୁଡୁବୁଡ଼ ଅବସ୍ଥାରେ ସୁରେନ୍ଦ୍ରଙ୍କ ଚିତ୍କାର ଶୁଣି ସାହି ପଡିଶା ଲୋକ ନିକଟରେ ଥିବା ଅଗ୍ନିଶମ ଗାଡ଼ିରେ ସୁରେନ୍ଦ୍ରଙ୍କୁ ବୁଗୁଡା ମେଡ଼ିକାଲରେ ଭର୍ତ୍ତି କରିଥିଲେ । ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ବ୍ରହ୍ମପୁରକୁ ସ୍ଥାନାନ୍ତରିତ କରାଯାଇଛି । ଘଟଣାକୁ ନେଇ ମାମଲା ରୁଜୁ ହୋଇନଥିବା ବେଳେ  ଧୋବା ଫେରାର ଅଛି। ସୁରେନ୍ଦ୍ର  ଏବେ ଜୀବନ ସହ ଲଢେ଼ଇ କରୁଛନ୍ତି ।

ପୂର୍ବରୁ ମଧ୍ୟ ଧୋବା ବାପା ସୁରେନ୍ଦ୍ରଙ୍କୁ ଆକ୍ରମଣ କରିଥିଲେ । ଧୋବା ଙ୍କ ମାନସିକ ଅବସ୍ଥା ଭଲ ନଥିବା କହିଛନ୍ତି ପରିବାର ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ