Masthead

ବନ୍ୟା ଆଶଙ୍କା, ଭୟରେ ଅଞ୍ଚଳବାସୀ

ବସ୍ତା (ବଡ଼ ଖବର ବ୍ୟୁରୋ): ବସ୍ତା ପାଇଁ ଭୟଙ୍କର ବୀପଦ ଆଣୁଛି ଜଳକା ନଦୀବନ୍ଧ । ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀ ର ଜଳସ୍ତର । ନଦୀର ମଥାନୀ ଠାରେ ବିପଦ ସଂକେତ ୫.୫୦ ମିଟର ଥିବା ବେଳେ ସକାଳ ୭ ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୨୧ ମିଟରରେ ପ୍ରବାହିତ ହେଉଛି । ବିଭିନ୍ନ ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିବାରୁ ବନ୍ୟା ଆଶଙ୍କାରେ ଭୟଭୀତ ନଦୀ ତଟବର୍ତ୍ତୀ ଅଞ୍ଚଳ ବାସୀ । ଜଳକା ନଦୀର ଉପର ମୁଣ୍ଡ ମୟୁରଭଞ୍ଜ ଜିଲ୍ଲାର ଶୁଳିଆପଦା, ମୋରଡା, ଚିତ୍ରଡା, ରାସଗୋବିନ୍ଦପୁର ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ବଢୁଛି ନଦୀର ଜଳସ୍ତର ।

ନଦୀ ବନ୍ଧ ଦୁର୍ବଳ ଥିବାରୁ ଏହାର ସ୍ଥାୟୀ ପ୍ରତିକାର ପାଇଁ ସ୍ଥାନୀୟ ଲୋକେ ବାରମ୍ବାର ଦାବି କରୁଥିଲେ । ଲୋକଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଜଳେସେଚନ ବିଭାଗ ପକ୍ଷରୁ ୫ କୋଟି ଟଙ୍କା ଅଟକଳ ମୁଲ୍ୟରେ ୩ କିଲୋମିଟର ନଦୀବନ୍ଧ ନିର୍ମାଣ କରାଯାଇଥିଲା । ଏହା ୩ ମାସ ତଳେ ନିର୍ମାଣ କାର୍ଯ୍ୟ ସରିଥିଲେ ମଧ୍ୟ ନଦୀରେ ସାମାନ୍ୟ ପାଣି ଆସିବାରୁ ବନ୍ଧ ସମ୍ପୁର୍ଣ୍ଣ ଭାଙ୍ଗିବାକୁ ବସିଲାଣି । ଯାହା ପାଇଁ ଭୟଭୀତ ୫୦ ରୁ ଉର୍ଦ୍ଧ୍ବ ଗାଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’