Masthead

କେରଳରେ ନିପାହ ଭୟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କେରଳରେ କରୋନା ସଂକ୍ରମଣ ବଢୁଥିବା ବେଳେ ଚିନ୍ତା ବଢାଉଛି ନିପାହ ଭାଇରସ । ଏହା ମଧ୍ୟରେ କୋଝିକୋଡିରେ ନିପାହ ଭାଇରସରେ ସଂକ୍ରମିତ ହୋଇ ଜଣେ ୧୨ ବର୍ଷର ବାଳକର ମୃତ୍ୟୁ ହୋଇଥିବାର କଥା ସାମ୍ନାକୁ ଆସିଛି । ଏନେଇ କେରଳ ସ୍ୱାସ୍ଥ୍ୟମନ୍ତ୍ରୀ ବିନା ଜର୍ଜ ସୂଚନା ଦେଇଛନ୍ତି । ୩ ସେପ୍ଟେମ୍ବରରେ ଶିଶୁର ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହେବା ପରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସୁଧୁରି ନଥିଲା ।

ଏହା ପରେ ଶିଶୁଟି ମୃତ୍ୟୁ ଘଟିଥିଲା । ଏ ଖବର ସାମ୍ନାକୁ ଆସିବା ପରେ କେନ୍ଦ୍ରରୁ ଏକ ସ୍ୱାସ୍ଥ୍ୟ ଟିମ କୋଝିକୋଡରେ ପହଁଞ୍ଚିଥିବାର ସୂଚନା ମିଳିଛି । ଅପରପକ୍ଷେ ନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ ଭାଇରୋଲୋଜି ଶିଶୁଟିର ମୃତ୍ୟୁ ନିପାହ ଭାଇରସ କାରଣରୁ ହୋଇଛି ବୋଲି ସ୍ପଷ୍ଟ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି