Masthead

ଗରିବ ଛାତ୍ରଛାତ୍ରୀଙ୍କୁ ଫେଲୋସିପ୍, ଦଶ ଲକ୍ଷ ଟଙ୍କା ଶିକ୍ଷା ଋଣ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ସରକାର ଶିକ୍ଷା କ୍ଷେତ୍ରରେ ଆଉ ଦୁଇ ପାଦ ଆଗକୁ ବଢିଛନ୍ତି । ଛାତ୍ରଛାତ୍ରୀ ମାନେ ଯେମିତି କୌଣସି ଅସୁବିଧାର ସମ୍ମୁଖୀନ ନ ହେବେ ସେନେଇ କେଜ୍ରିୱାଲ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି । ଛାତ୍ରଛାତ୍ରୀଙ୍କୁ ଦଶ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଶିକ୍ଷା ଋଣ ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି। କେବଳ ଏତିକି ନୁହେଁ ଉଚ୍ଚଶିକ୍ଷା କ୍ଷେତ୍ରରେ ମଧ୍ୟ ଛାତ୍ରଛାତ୍ରୀଙ୍କ ପାଇଁ ସରକାର ଏକ ଉତ୍ତମ କାର୍ଯ୍ୟ କରିଛନ୍ତି। ଛାତ୍ରଛାତ୍ରୀ ସମ୍ମୁଖୀନ ହେଉଥିବା ଆହ୍ୱାନକୁ ଦିଲ୍ଲୀ ସରକାର ପ୍ରାୟ ଦୂର କରିଦେଇଛନ୍ତି। ଏହା ବ୍ୟତୀତ ୬ ଲକ୍ଷ ଟଙ୍କାରୁ କମ୍ ଆୟ ଥିବା ପରିବାରର ଛାତ୍ରଛାତ୍ରୀମାନଙ୍କୁ ଫେଲୋସିପ୍ ଦିଆଯାଉଛି, ଯାହା ମୋଟ ଫି ସହିତ ସମାନ । ଯାହା ଦ୍ୱାରା ଛାତ୍ରଛାତ୍ରୀମାନେ ସହଜରେ ଅଧ୍ୟୟନ ସମାପ୍ତ କରିପାରିବେ।

ଦିଲ୍ଲୀର କେଜ୍ରିୱାଲ ସରକାର କହିଛନ୍ତି ଯେ ଟଙ୍କା ହେତୁ କୌଣସି ଛାତ୍ରଛାତ୍ରୀ ପାଠପଢାରୁ ବଞ୍ଚିତ ହେବା ଉଚିତ ନୁହେଁ। ଏଥିପାଇଁ ସେମାନଙ୍କ ତରଫରୁ ଏକ ମହତ୍ୱପୂର୍ଣ୍ଣ ପଦକ୍ଷେପ ଆରମ୍ଭ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ