ବଜେଟ ଅଧିବେଶନର ପଞ୍ଚମ ଦିନ, ଚାଷୀ ପ୍ରସଙ୍ଗକୁ ନେଇ ହୁଲସ୍ତୁଲ ହୋଇପାରେ ଗୃହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବଜେଟ ଅଧିବେଶନର ପଞ୍ଚମ ଦିନ । ଆଜିବି ଚାଷୀ ପ୍ରସଙ୍ଗକୁ ନେଇ ଗୃହ ହୁଲସ୍ତୁଲ ହୋଇପାରେ । ୩ ଦିନ ଧରି ଧାନ କିଣା ଅବ୍ୟବସ୍ଥା, ମଣ୍ଡି ସମସ୍ୟା, କଟଣୀ ଛଟଣୀ ପ୍ରସଙ୍ଗରେ ଗୃହ କମ୍ପୁଛି ।  ଆଜି ମଧ୍ୟ ସମାନ ପ୍ରସଙ୍ଗକୁ ଅସ୍ତ୍ର କରି ପାରନ୍ତି ବିରୋଧୀ । ଏପଟେ ମହିଳା ଓ ଶିଶୁ ବିକାଶ, ପର୍ଯ୍ୟଟନ, ନିର୍ମାଣ, ଅବକାରୀ, ଆଇନ ବିଭାଗର ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ ରହିଛି ତେବେ ଆଜି ଗୃହକାର୍ଯ୍ୟ ସ୍ୱାଭାବିକ ହୋଇ ପାରୁଛି ନା ନାହିଁ ତା ଉପରେ ରହିଛି ନଜର ରହିଛି ।

ସେହିପରି ଅପରାହ୍ନରେ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜ ଉପସ୍ଥାନ ହେବାର ଅଛି । ବଜେଟ ଅଧିବେଶନ ଭିତରେ ବଡ଼ ଆନ୍ଦୋଳନର ଡାକରା ଦେଇଛି ବିଜେଡି। ଚାଷୀଙ୍କ ସମସ୍ୟା ନେଇ ଆସନ୍ତା ୨୪ ତାରିଖରେ ଭୁବନେଶ୍ଵରରେ ବଡ ଆନ୍ଦୋଳନ କରିବ ବିଜେଡି । ଏ ନେଇ ଶଙ୍ଖ ଭବନରେ ଗତକାଲି ଦଳର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସ୍ତରରେ ବିଜେଡି ଆନ୍ଦୋଳନ ଜାରି ରଖିଥିବା ବେଳେ ଫେବୃଆରୀ ୨୪ ତାରିଖରେ ରାଜ୍ୟ ସ୍ତରୀୟ ପ୍ରତିବାଦ କରିବ ବିଜୁ ଜନତା ଦଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!