Masthead

ପୋଷ୍ଟ ବଜେଟ ଆଲୋଚନା କରିବେ ନିର୍ମଳା ସୀତାରମଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ପୋଷ୍ଟ ବଜେଟ ଆଲୋଚନା କାର୍ଯ୍ୟକ୍ରମରେ ଯୋଗ ଦେବେ । ଏଥିସହ ୬ କେନ୍ଦ୍ର ମନ୍ତ୍ରୀ ଓଡ଼ିଶା ଗସ୍ତରେ ଅଛନ୍ତି । ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ଦୁଇ ଜଣ କ୍ୟାବିନେଟ ମନ୍ତ୍ରୀ ଏବଂ ୪ ରାଷ୍ଟ୍ରମନ୍ତ୍ରୀ ଏବେ ଓଡିଶାରେ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପୋଷ୍ଟ ବଜେଟ ଆଲୋଚନା କାର୍ୟ୍ୟକ୍ରମ ଗସ୍ତରେ ଥିବା ବେଳେ ତାଙ୍କ ସହିତ ରହିଛନ୍ତି ଅର୍ଥ ମନ୍ତ୍ରାଳୟର ରାଷ୍ଟ୍ର ମନ୍ତ୍ରୀ ପଙ୍କଜ ଚୌଧୁରୀ । ଆଜି ହୋଟେଲ ‘ମେ ଫେୟାର’ରେ ଆୟୋଜିତ ପୋଷ୍ଟ ବଜେଟ ଆଲୋଚନା ଚକ୍ରରେ ଭାଗ ନେବେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଗୁରୁବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି । ପୋଷ୍ଟ ବଜେଟ କାର୍ୟ୍ୟକ୍ରମ ପରେ ସେ ଖୋର୍ଦ୍ଧା ଅରୁଗୁଳ ସ୍ଥିତି ଆଇଆଇଟିକୁ ଯିବେ । ସେଠାରେ ସେ ଛାତ୍ରଛାତ୍ରୀଙ୍କ ସହ ବଜେଟ ପ୍ରସଙ୍ଗରେ ଆଲୋଚନା କରିବେ । ସେହିପରି କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୬ ରାଜ୍ୟର ଶିକ୍ଷା ସଚିବଙ୍କ ସହ ବୈଠକ କରିବେ । ଏବଂ ପଞ୍ଚାୟତିରାଜ ମନ୍ତ୍ରଣାଳୟର ଏକ କାର୍ୟ୍ୟକ୍ରମରେ ଯୋଗ ଦେବେ । ଜଗତସିଂହପୁର ଲୋକସଭା ପ୍ରବାସ କାର୍ୟ୍ୟକ୍ରମରେ ଯୋଗଦେବାକୁ କେନ୍ଦ୍ର ରେଳ, ବୟନ ଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଦର୍ଶନା ଜରଦୋଶା ଆସିଛନ୍ତି । ଏକ ଘରୋଇ ବିଶ୍ୱବିଦ୍ୟାଳୟର କାର୍ୟ୍ୟକ୍ରମରେ ଯୋଗ ଦେବାକୁ ଆସିଛନ୍ତି ପଞ୍ଚାୟତିରାଜ ମନ୍ତ୍ରାଳୟର ରାଷ୍ଟ୍ରମନ୍ତ୍ରୀ କେ.ଏମ ପାଟିଲ । କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ମଧ୍ୟ ଏହି କାର୍ୟ୍ୟକ୍ରମରେ ଯୋଗ ଦେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ