Masthead

ପୋଷ୍ଟ ବଜେଟ ଆଲୋଚନା କରିବେ ନିର୍ମଳା ସୀତାରମଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ପୋଷ୍ଟ ବଜେଟ ଆଲୋଚନା କାର୍ଯ୍ୟକ୍ରମରେ ଯୋଗ ଦେବେ । ଏଥିସହ ୬ କେନ୍ଦ୍ର ମନ୍ତ୍ରୀ ଓଡ଼ିଶା ଗସ୍ତରେ ଅଛନ୍ତି । ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ଦୁଇ ଜଣ କ୍ୟାବିନେଟ ମନ୍ତ୍ରୀ ଏବଂ ୪ ରାଷ୍ଟ୍ରମନ୍ତ୍ରୀ ଏବେ ଓଡିଶାରେ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପୋଷ୍ଟ ବଜେଟ ଆଲୋଚନା କାର୍ୟ୍ୟକ୍ରମ ଗସ୍ତରେ ଥିବା ବେଳେ ତାଙ୍କ ସହିତ ରହିଛନ୍ତି ଅର୍ଥ ମନ୍ତ୍ରାଳୟର ରାଷ୍ଟ୍ର ମନ୍ତ୍ରୀ ପଙ୍କଜ ଚୌଧୁରୀ । ଆଜି ହୋଟେଲ ‘ମେ ଫେୟାର’ରେ ଆୟୋଜିତ ପୋଷ୍ଟ ବଜେଟ ଆଲୋଚନା ଚକ୍ରରେ ଭାଗ ନେବେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଗୁରୁବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି । ପୋଷ୍ଟ ବଜେଟ କାର୍ୟ୍ୟକ୍ରମ ପରେ ସେ ଖୋର୍ଦ୍ଧା ଅରୁଗୁଳ ସ୍ଥିତି ଆଇଆଇଟିକୁ ଯିବେ । ସେଠାରେ ସେ ଛାତ୍ରଛାତ୍ରୀଙ୍କ ସହ ବଜେଟ ପ୍ରସଙ୍ଗରେ ଆଲୋଚନା କରିବେ । ସେହିପରି କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୬ ରାଜ୍ୟର ଶିକ୍ଷା ସଚିବଙ୍କ ସହ ବୈଠକ କରିବେ । ଏବଂ ପଞ୍ଚାୟତିରାଜ ମନ୍ତ୍ରଣାଳୟର ଏକ କାର୍ୟ୍ୟକ୍ରମରେ ଯୋଗ ଦେବେ । ଜଗତସିଂହପୁର ଲୋକସଭା ପ୍ରବାସ କାର୍ୟ୍ୟକ୍ରମରେ ଯୋଗଦେବାକୁ କେନ୍ଦ୍ର ରେଳ, ବୟନ ଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଦର୍ଶନା ଜରଦୋଶା ଆସିଛନ୍ତି । ଏକ ଘରୋଇ ବିଶ୍ୱବିଦ୍ୟାଳୟର କାର୍ୟ୍ୟକ୍ରମରେ ଯୋଗ ଦେବାକୁ ଆସିଛନ୍ତି ପଞ୍ଚାୟତିରାଜ ମନ୍ତ୍ରାଳୟର ରାଷ୍ଟ୍ରମନ୍ତ୍ରୀ କେ.ଏମ ପାଟିଲ । କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ମଧ୍ୟ ଏହି କାର୍ୟ୍ୟକ୍ରମରେ ଯୋଗ ଦେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା