ଜାଣନ୍ତୁ କ’ଣ ଖୋଲା କ’ଣ ବନ୍ଦ…

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଅଗଷ୍ଟ ୧ ଯାଏଁ ରାଜ୍ୟରେ ବଢିଲା ଲକଡ଼ାଉନ ଅବଧି । ପୂର୍ବଭଳି ସମଗ୍ର ରାଜ୍ୟକୁ ୨ଟି କ୍ୟାଟେଗୋରୀରେ ବିଭକ୍ତ କରାଯାଇଛି । କ୍ୟାଟେଗୋରୀ ଏ ଏବଂ କ୍ୟାଟେଗୋରୀ ବି ରେ ସମଗ୍ର ରାଜ୍ୟକୁ ବିଭକ୍ତ କରାଯାଇଛି। କ୍ୟାଟେଗୋରୀ-ଏରେ ୨୦ଟି ଜିଲ୍ଲା ଥିବା ବେଳେ କ୍ୟାଟେଗୋରୀ-ବିରେ ରହିଛି ୧୦ ଜିଲ୍ଲା । ଏ କ୍ୟାଟେଗୋରୀ ଜିଲ୍ଲାରେ ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ସୁବର୍ଣ୍ଣପୁର, ଗଞ୍ଜାମ ଜିଲ୍ଲା ସହ ଗଜପତି, କନ୍ଧମାଳ, ବୌଦ୍ଧ, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲା ରହିଛି । ଏହି ଜିଲ୍ଲା ଗୁଡ଼ିକରେ ସକାଳ ୬ଟାରୁ ରାତି ୮ ଯାଏଁ ଦେକାନ ଖୋଲା ରହିବ ।

ସେପଟେ କ୍ୟାଟେଗୋରୀ-ବି ଜିଲ୍ଲା ଗୁଡ଼ିକ ମଧ୍ୟରେ ରହିଛି ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲା । ଏହି ୧୦ଟି ଜିଲ୍ଲାରେ ସକାଳ ୬ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ସମସ୍ତ ଦୋକାନ ବଜାର ଖୋଲାରହିବ । ଏହାସହ ନାଇଟ୍ କର୍ଫ୍ୟୁ ସହ ସପ୍ତାହନ୍ତ ସଟଡାଉନ ଜାରି ରହିବ । ଅନ୍ୟପଟେ ସାରା ରାଜ୍ୟରେ ବସ୍ ଚଳାଚଳ କରିବ । ସୀମିତ ସଂଖ୍ୟକ ଲୋକଙ୍କୁ ନେଇ ବସ ଚଳାଚଳ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ