ରାଜଧାନୀରେ କେଉଁଠି ମିଳିବ କରୋନା ଟିକା ଜାଣନ୍ତୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜଧାନୀରେ କରୋନା ଟିକା କୋଭିସଲ୍ଡ ପହଞ୍ଚିବା ପରେ ଟିକାକୁ ନେଇ କାଉନଡାଉନ ସରିଛି । କେଉଁଠି କେଉଁଠି ଟିକା ମିଳିବ ତା’ର ତାଲିକା ପ୍ରସ୍ତୁତ ସହିତ ବିଏମ୍‌ସି ପକ୍ଷରୁ ସବୁ ପ୍ରକାର ପ୍ରସ୍ତୁତି ସରିଛି । ତାଲିକାରେ ପ୍ରଥମ ପର୍ଯ୍ୟାୟରେ ଟିକାକରଣ ପାଇଁ ଭୁବନେଶ୍ୱରର ୨୧ ହଜାର ଡାକ୍ତର, ସ୍ୱାସ୍ଥ୍ୟକର୍ମୀ ଓ ଆଗଧାଡ଼ିର କରୋନା ଯୋଦ୍ଧାଙ୍କୁ ଯୋଡାଯାଇଛି । ସମୁଦାୟ ୨୭ଟି ସରକାରୀ ହସ୍ପିଟାଲ ଏବଂ ୧୮ଟି ପ୍ରାଇଭେଟ୍ ହସ୍ପିଟାଲରେ ଟିକାକରଣ ସେଣ୍ଟର ଖୋଲାଯାଇଛି । ୧୬ ତାରିଖରେ ଭୁବନେଶ୍ୱରର ୫ଟି ସେଣ୍ଟରରେ କୋଭିଡ୍- ୧୯ ଭ୍ୟାକସିନ୍ ଲଞ୍ଚ କରାଯିବ । କ୍ୟାପିଟାଲ ହସ୍ପିଟାଲ, ୟୁନିଟ୍ ୪ ସରକାରୀ ହସ୍ପିଟାଲ, ବିଏମସି ହସ୍ପିଟାଲ, ସମ୍ ହସ୍ପିଟାଲ ଏବଂ କିମ୍‌ସ ହସ୍ପିଟାଲରେ ହେବ ଟିକାକରଣ ।

ପ୍ରଥମେ ବୟସ୍କ ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯିବ । ଯେଉଁମାନଙ୍କୁ ଟିକା ଦିଆଯିବ ସେମାନଙ୍କୁ ପାଖକୁ ମେସେଜ ଯିବ । ଏହା ସହିତ ଅଧିକ ସଂକ୍ରମିତଥିବା ଅଞ୍ଚଳକୁ ବି ଗୁରୁତ୍ୱ ଦିଆଯିବ । ରାଜ୍ୟ ଭ୍ୟାକସିନ୍ ଷ୍ଟୋରରୁ ସବୁ ଜିଲ୍ଲାକୁ ଟିକା ନେବା ପାଇଁ ଜିଲ୍ଲାପାଳ ଓ ସିଡିଏମ୍‌ଓଙ୍କୁ ଚିଠି କରାଯାଇଛି । ଟିକା ଯାଇ ଜିଲ୍ଲା ଭ୍ୟାକସିନ୍ ଷ୍ଟୋରରେ ରହିବ । ସେଠାରୁ କୋଲ୍‌ଡ ଚେନ୍ ମାଧ୍ୟମରେ ସ୍ଥିରୀକୃତ ହୋଇଥିବା ଶହେଟି ସ୍ଥାନକୁ ପଠାଯିବ । ୧୬ତାରିଖରେ ଟିକାକରଣ ପାଇଁ ସମସ୍ତ ପ୍ରସ୍ତୁତି ସରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ