Masthead

ମନ୍ତ୍ରୀ, ବିଧାୟକଙ୍କ କୋଭିଡ୍ ନିୟମ ଉଲ୍ଲଘଂନ

ପୁରୀ(ବଡ଼ ଖବର ବ୍ୟୁରୋ): ବହୁ ବିଜେଡି ନେତା ଓ କର୍ମୀଙ୍କ ଉପସ୍ଥିତିରେ ରବିବାର ପୁରୀ ସ୍ୱର୍ଗଦ୍ୱାରରେ ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା । ସେଠାରେ କୋଭିଡରେ ଆକ୍ରାନ୍ତ ଥିବା ଗଣଶିକ୍ଷା ମନ୍ତ୍ରୀ ତଥା ନିମାପଡା ବିଧାୟକ ସମୀର ରଞ୍ଜନ ଦାଶ ଏବଂ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ ମଧ୍ୟ ଉପସ୍ଥିତ ଥିଲେ । ତେଣୁ ଦିବଂଗତ ପ୍ରିୟ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ସେଠାରେ ଥିବା ଅନ୍ୟ ବିଜେଡି ନେତା ଓ କର୍ମୀମାନେ ସଂକ୍ରମିତ ହେବାର ସମ୍ଭାବନା ରହିଛି ବୋଲି ଶ୍ରୀଜଗନ୍ନାଥ ସେନା ଅଭିଯୋଗ କରିଛି ।

ମନ୍ତ୍ରୀ ସମୀର ରଞ୍ଜନ ଦାଶ ଓ ବିଧାୟକ ଉମାକାନ୍ତ ସାମନ୍ତରାୟ କୋଭିଡ ଆଇନ ଉଲ୍ଲଘଂନ କରିଥିବା ଅଭିଯୋଗରେ ସେନା ପକ୍ଷରୁ ପୁରୀ ସମୁଦ୍ରକୂଳ ଥାନାରେ ଏତଲା ଦିଆଯାଇଛି । ରଥଯାତ୍ରା କରିବା ଦାବିରେ ବଡଦାଣ୍ଡରେ ଦୀପ ଜାଳିଥିବା ଶ୍ରୀଜଗନ୍ନାଥ ସେନା ବିରୋଧରେ ସିଂହଦ୍ୱାର ଥାନାରେ ଏତଲା ଦିଆଯାଇଥିଲା । କୋଭିଡ ଆଇନ ଅନୁସାରେ ମାମଲା ରୁଜୁ ହୋଇଥିଲା ବୋଲି ଶ୍ରୀଜଗନ୍ନାଥ ସେନା ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ କହିଛନ୍ତି । ଆଇନ ସମସ୍ତଙ୍କ ପାଇଁ ସମାନଥିବାରୁ ମନ୍ତ୍ରୀ ଓ ବିଧାୟକଙ୍କ ନାମରେ ମାଲା ରୁଜୁ କରିବାକୁ ସେ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର