Masthead

ମନ୍ତ୍ରୀ, ବିଧାୟକଙ୍କ କୋଭିଡ୍ ନିୟମ ଉଲ୍ଲଘଂନ

ପୁରୀ(ବଡ଼ ଖବର ବ୍ୟୁରୋ): ବହୁ ବିଜେଡି ନେତା ଓ କର୍ମୀଙ୍କ ଉପସ୍ଥିତିରେ ରବିବାର ପୁରୀ ସ୍ୱର୍ଗଦ୍ୱାରରେ ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା । ସେଠାରେ କୋଭିଡରେ ଆକ୍ରାନ୍ତ ଥିବା ଗଣଶିକ୍ଷା ମନ୍ତ୍ରୀ ତଥା ନିମାପଡା ବିଧାୟକ ସମୀର ରଞ୍ଜନ ଦାଶ ଏବଂ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ ମଧ୍ୟ ଉପସ୍ଥିତ ଥିଲେ । ତେଣୁ ଦିବଂଗତ ପ୍ରିୟ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ସେଠାରେ ଥିବା ଅନ୍ୟ ବିଜେଡି ନେତା ଓ କର୍ମୀମାନେ ସଂକ୍ରମିତ ହେବାର ସମ୍ଭାବନା ରହିଛି ବୋଲି ଶ୍ରୀଜଗନ୍ନାଥ ସେନା ଅଭିଯୋଗ କରିଛି ।

ମନ୍ତ୍ରୀ ସମୀର ରଞ୍ଜନ ଦାଶ ଓ ବିଧାୟକ ଉମାକାନ୍ତ ସାମନ୍ତରାୟ କୋଭିଡ ଆଇନ ଉଲ୍ଲଘଂନ କରିଥିବା ଅଭିଯୋଗରେ ସେନା ପକ୍ଷରୁ ପୁରୀ ସମୁଦ୍ରକୂଳ ଥାନାରେ ଏତଲା ଦିଆଯାଇଛି । ରଥଯାତ୍ରା କରିବା ଦାବିରେ ବଡଦାଣ୍ଡରେ ଦୀପ ଜାଳିଥିବା ଶ୍ରୀଜଗନ୍ନାଥ ସେନା ବିରୋଧରେ ସିଂହଦ୍ୱାର ଥାନାରେ ଏତଲା ଦିଆଯାଇଥିଲା । କୋଭିଡ ଆଇନ ଅନୁସାରେ ମାମଲା ରୁଜୁ ହୋଇଥିଲା ବୋଲି ଶ୍ରୀଜଗନ୍ନାଥ ସେନା ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ କହିଛନ୍ତି । ଆଇନ ସମସ୍ତଙ୍କ ପାଇଁ ସମାନଥିବାରୁ ମନ୍ତ୍ରୀ ଓ ବିଧାୟକଙ୍କ ନାମରେ ମାଲା ରୁଜୁ କରିବାକୁ ସେ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି